Report Card Odisha

| Daily Odia News

କାଳବୈଶାଖୀ ସମ୍ଭାବନା…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ପଶ୍ଚିମ ଓଡ଼ିଶାରେ ସର୍ବାଧିକ ତାପମାତ୍ରା ବୃଦ୍ଧି ପାଉଛି। ଟିଟିଲାଗଡ଼ରେ ପାରଦ ୪୦.୮ଡିଗ୍ରୀ ଛୁଇଁଛି। ଭବାନୀପାଟଣାରେ ୩୯.୮ ଡିଗ୍ରୀ ଥିବାବେଳେ ଝାରସୁଗୁଡ଼ା ଓ ସୁବର୍ଣ୍ଣପୁରରେ ୩୯.୪ ଡିଗ୍ରୀ ରହିଛି। ସେହିପରି ସମ୍ବଲପୁରରେ ୩୮.୭, ତାଳଚେରରେ ୩୮.୬, ବଲାଙ୍ଗିରରେ ୩୮.୮ ରାଉରକେଲାରେ ୩୮.୨, ସୁନ୍ଦରଗଡ଼ରେ ୩୭.୬, ଅନୁଗୋଳରେ ୩୭.୭, ଚାନ୍ଦବାଲିରେ ୩୬.୭, କଟକରେ ୩୫.୬ ଏବଂ ଭୁବନେଶ୍ବରରେ ୩୫.୯ଡିଗ୍ରୀ ରହିଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୨ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ସର୍ବାଧିକ ତାପମାତ୍ରା ବଢ଼ିବାର ସମ୍ଭାବନା ନାହିଁ। ପରବର୍ତ୍ତୀ ସମୟରେ ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ଦିନ ତାପମାତ୍ରା ବଢ଼ିବାର ସମ୍ଭାବନା ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ, ମାଲକାନଗିରି ଜିଲ୍ଲାର କିଛି ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବିଜୁଳି, ଘଡ଼ଘଡ଼ି ସହିତ ଝଡ଼ବର୍ଷାର ସମ୍ଭାବନା ରହିଛି। କେତେକ ଅଞ୍ଚଳରେ ଘଣ୍ଟା ପ୍ରତି ୩୦ରୁ ୪୦କି.ମି. ବେଗରେ ପବନ ବହିପାରେ। ଏଥିସହିତ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାର କିଛି ଅଞ୍ଚଳରେ କାଳବୈଶାଖୀ ସମ୍ଭାବନା ରହିଛି।

Breaking News