ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଗାମୀ ୨ ଘଣ୍ଟା ମଧ୍ୟରେ ୧୩ ଜିଲ୍ଲାକୁ କାଳବୈଶାଖୀ ବର୍ଷା ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ ବିଭାଗ । ଖୋର୍ଦ୍ଧା, ନୟାଗଡ଼, ପୁରୀ, କଳାହାଣ୍ଡି, ବଲାଙ୍ଗିର, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର, ନୂଆପଡ଼ା, କନ୍ଧମାଳ ଓ ମୟୂରଭଞ୍ଜ ଜିଲ୍ଲାକୁ ସତର୍କ ରହିବାକୁ କୁହାଯାଇଛି । ୨ ଘଣ୍ଟା ମଧ୍ୟରେ ଉପରୋକ୍ତ ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ ବିଜୁଳି ସହ ବର୍ଷା ହୋଇପାରେ । ପାଗକୁ ଦେଖି ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ଯିବାକୁ କହିଛି ପାଣିପାଗ ବିଭାଗ । ବିଶେଷକରି ବଜ୍ରପାତରୁ ରକ୍ଷା ପାଇବା ଖୋଲା ସ୍ଥାନରେ ନରହି ସୁରକ୍ଷିତ ଜାଗାକୁ ଯିବା ପାଇଁ ପରାମର୍ଶ ଦିଆଯାଇଛି ।






More Stories
ଗଡ଼ିବ ୨୫୦ ନୂଆ ୧୦୮ ଆମ୍ବୁଲାନ୍ସ…..
୧୨ରେ ପାଚିକା-ସହାୟିକାଙ୍କ ଧର୍ମଘଟ…..
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..