ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ୪ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରଭାବରେ ବର୍ଷ ସମ୍ଭାବନା ରହିଛି | ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଅନେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି | ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି | ସୋମବାର ପାଇଁ ୧୫ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡା, କେନ୍ଦୁଝର, ମୟୁରଭଞ୍ଜ ବାଲେଶ୍ଵର,କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡା, ଗଜପତି, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ବଲାଙ୍ଗୀର ଓ ନୂଆପଡ଼ାକୁ ବର୍ଷା,ବଜ୍ରପାତ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାସହ ୨୦ ତାରିଖ ପାଇଁ ୯ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡା , କେନ୍ଦୁଝର, ମୟୁରଭଞ୍ଜ, କୋରାପୁଟ, ମାଲକାନଗିର, ନବରଙ୍ଗପୁର, ଗଜପତି ଓ ଗଞ୍ଜାମରେ ଘଡ ଘଡି ସହ ବର୍ଷା ହୋଇପାରେ | ୨୧ରେ ୧୬ ଜିଲ୍ଲାରେ ଓ ୨୨, ୨୩, ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି |






More Stories
୧ରୁ ସୁଭଦ୍ରା ନୂଆ ଆବେଦନ…..
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ….
ସରିଲା ଯୁକ୍ତ ୨ ପରୀକ୍ଷା:୪୫ ଦିନ ଭିତରେ ରେଜଲ୍ଟ…..