ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ୪ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରଭାବରେ ବର୍ଷ ସମ୍ଭାବନା ରହିଛି | ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଅନେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି | ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି | ସୋମବାର ପାଇଁ ୧୫ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡା, କେନ୍ଦୁଝର, ମୟୁରଭଞ୍ଜ ବାଲେଶ୍ଵର,କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡା, ଗଜପତି, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ବଲାଙ୍ଗୀର ଓ ନୂଆପଡ଼ାକୁ ବର୍ଷା,ବଜ୍ରପାତ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାସହ ୨୦ ତାରିଖ ପାଇଁ ୯ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡା , କେନ୍ଦୁଝର, ମୟୁରଭଞ୍ଜ, କୋରାପୁଟ, ମାଲକାନଗିର, ନବରଙ୍ଗପୁର, ଗଜପତି ଓ ଗଞ୍ଜାମରେ ଘଡ ଘଡି ସହ ବର୍ଷା ହୋଇପାରେ | ୨୧ରେ ୧୬ ଜିଲ୍ଲାରେ ଓ ୨୨, ୨୩, ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି |
More Stories
ଗୃହରକ୍ଷୀ ଏବଂ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀଙ୍କ ଭତ୍ତା ବୃଦ୍ଧି…..
ଇରାନ ସେନା ମୁଖ୍ୟ,କମାଣ୍ଡରଙ୍କ ସହିତ ୨ ବୈଜ୍ଞାନିକଙ୍କ ମୃତ୍ୟୁ…..
ଆଉ କେହି ଠକିପାରିବେନ ସରକାରୀ ଅଧିକାରୀ…..