ରିପୋର୍ଟ କାର୍ଡ/ କେସିଙ୍ଗା
କଳାହାଣ୍ଡି କେସିଙ୍ଗା ବ୍ଲକ ଉତ୍କେଲା ବିମାନ ବନ୍ଦରରୁ ଆଜି ବିମାନ ଉଡ଼ିବ । ପ୍ରଥମେ ଉତ୍କେଲାରୁ ଭୁବନେଶ୍ୱର ଏବଂ ଭୁବନେଶ୍ୱରରୁ ଉତ୍କେଲାକୁ ୯ ସିଟ୍ ବିଶିଷ୍ଟ ଯାତ୍ରୀବାହୀ ବିମାନ ଚଳାଚଳ କରିବ ବୋଲି ସୂଚନା ଦିଆଯାଇଛି। କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଭିଡିଓ କନ୍ଫରେନ୍ସ ମାଧ୍ୟମରେ ଗ୍ୱାଲିୟରରୁ ଏହାର ଆରମ୍ଭ କରିବାକୁ ଥିବା ବେଳେ ଭୁବନେଶ୍ୱର ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସ ମାଧ୍ୟମରେ ପତାକା ଦେଖାଇ ଉଦ୍ଘାଟନ କରିବାର କାର୍ଯ୍ୟକ୍ରମ ରହିଥିବା ସୂଚନା ରହିଛି। ସେହିପରି ଉତ୍କେଲା ବିମାନ ବନ୍ଦରରେ ରାଜ୍ୟ ବାଣିଜ୍ୟ ପରିବହନ ମନ୍ତ୍ରୀ ଟୁକୁନୀ ସାହୁ ଏବଂ କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା ଉପସ୍ଥିତ ରହିବାର କାର୍ଯ୍ୟକ୍ରମ ରହିଛି।






More Stories
୯୫ ଆସନରେ ଲଢ଼ିବ କଂଗ୍ରେସ…..
ପଖାଳ ଦିବସ…..
ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି…..