ରିପୋର୍ଟ କାର୍ଡ / ଭୁବନେଶ୍ୱର
ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ ଆନ୍ଧ୍ରପ୍ରଦେଶର ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସମୁଦ୍ର ପତ୍ତନଠାରୁ ୧.୫ କି.ମି. ଉଚ୍ଚରେ ଆଉ ଏକ ଘୂର୍ଣ୍ଣିବଳୟ ଜାରି ରହିଛି। ଏହା ପ୍ରଭାବରେ ରାଜ୍ୟରେ କାଳବୈଶାଖୀ ଜାରି ରହିଛି । ଆଗାମୀ ୪ ଦିନ ଅର୍ଥାତ୍ ଏପ୍ରିଲ ୧୦ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ଲାଗିରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି |ମଙ୍ଗଳବାର ରାଜ୍ୟର ୭ ଜିଲ୍ଲା କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କଟକକୁ ଘଡ଼ଘଡ଼ି ସହିତ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ବର୍ଷା ସମୟରେ ପବନର ବେଗ ୫୦ରୁ ୬୦ କି.ମି. ରହିବ। ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ବରଗଡ଼ ଏବଂ କେନ୍ଦୁଝର ଜିଲ୍ଲାକୁ ଘଡ଼ଘଡ଼ି ସହିତ ବର୍ଷା ଓ ୩୦ରୁ ୪୦ କି.ମି. ବେଗରେ ପବନ ବହିବା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହାବାଦ୍ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ ବୋଲି ସୂଚନା ଦିଆଯାଇଛି।






More Stories
ପ୍ରମିଳାଙ୍କ ବାସଭବନରେ ନେତାଙ୍କ ମେଳି…..
୧୪ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ…..
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….