ରିପୋର୍ଟ କାର୍ଡ / ଭୁବନେଶ୍ୱର
ନୂଆଁଖାଇରେ ଚାଷୀଙ୍କୁ ‘କାଳିଆ’ ସହାୟତା ରାଶି ଦିଆଯାଇପାରେ। ପଶ୍ଚିମ ଓଡ଼ିଶାର ଏହି କୃଷିଭିତ୍ତିକ ଗଣପର୍ବରେ ରାଜ୍ୟର ୪୧ ଲକ୍ଷରୁ ଊର୍ଦ୍ଧ୍ବ ଚାଷୀଙ୍କୁ ପ୍ରାୟ ୮୦୦ କୋଟି ଟଙ୍କାର ସହାୟତା ବଣ୍ଟନ କରାଯିବ। ଏଥିପାଇଁ କୃଷି ବିଭାଗ ପ୍ରସ୍ତୁତି କରିଛି। ରାଜ୍ୟ ସରକାର ଚଳିତବର୍ଷ ବଜେଟରେ କୃଷିକ୍ଷେତ୍ର ଲାଗି ସର୍ବାଧିକ ୨୧,୧୬୬ କୋଟି ଟଙ୍କାର ବ୍ୟୟବରାଦ କରିଥିବାବେଳେ ଏଥିରୁ ‘କାଳିଆ’ ସହାୟତା ବାବଦକୁ ୧୮୭୪ କୋଟି ଟଙ୍କା ବଣ୍ଟା ହେବାକୁ ରହିଛି। ସୂଚନା ଅନୁଯାୟୀ ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୮ରେ ‘କାଳିଆ’ ଯୋଜନା ଆରମ୍ଭ ହୋଇଥିଲା। ପ୍ରଥମେ ଦୁଇଟି କିସ୍ତିରେ ୫ ହଜାର ଲେଖାଁଏ ବାର୍ଷିକ ୧୦ ହଜାର ଟଙ୍କା ଦିଆଯାଇଥିବାବେଳେ ପରବର୍ତ୍ତୀ ସମୟରେ ଏହାକୁ ଦୁଇଟି କିସ୍ତିରେ ୨ ହଜାର କରି ବାର୍ଷିକ ୪ ହଜାରକୁ ହ୍ରାସ କରାଯାଇଥିଲା। ଇତିମଧ୍ୟରେ ୭ଟି ପର୍ଯ୍ୟାୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ୯ହଜାରରୁ ଊର୍ଦ୍ଧ୍ବ କୋଟି ଟଙ୍କାର ସହାୟତା ରାଶି ବଣ୍ଟାଯାଇ ସାରିଲାଣି। ଏବେ ଅଷ୍ଟମ ପର୍ଯ୍ୟାୟରେ ପ୍ରାୟ ୮୦୦ କୋଟି ଟଙ୍କା ବଣ୍ଟାଯିବାକୁ ପ୍ରକ୍ରିୟା ଚାଲିଛି।






More Stories
ଫେବୃଆରୀ ୧୯ରୁ ମାଟ୍ରିକ୍ ପରୀକ୍ଷା…..
ବିଧାୟକଙ୍କୁ ହତ୍ୟା ଧମକ…..
ଏସ୍ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ଗିରଫ……