Report Card Odisha

| Daily Odia News

୮୬୯କୋଟି ଟଙ୍କାର ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ନୂଆଖାଇରେ ଚାଷୀଙ୍କୁ ଭେଟିଦେଲେ ରାଜ୍ୟ ସରକାର  | କାଳିଆ ସହାୟତା ବଣ୍ଟନ ଅବସରରେ ଜୟ ଜଗନ୍ନାଥ ଓ ଜୟ ମା ସମଲେଶ୍ବରୀରୁ ମୁଖ୍ୟମନ୍ତ୍ରୀ ନବନୀ ପଟ୍ଟନାୟକ ତାଙ୍କ ଅଭିଭାଷଣ ଆରମ୍ଭ କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଏଜ୍‌ ନୂଆଖାଇ। ଇଅବସରଥି ଆପଣମାନକେ ସମସ୍ତକେ ମୋର ଜୁହାର। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି କି ମାଟି ମା’ର ପର୍ବ। ଆମର ଚାଷୀ ଭାଇମାନଙ୍କ ପରିଶ୍ରମ ଯୋଗୁ ଆମେ ସମସ୍ତେ ମାଟି ମା’ର ଆଶୀର୍ବାଦ ପାଉ। ତେଣୁ ଚାଷୀ ଆମର ଗର୍ବ ଓ ଗୌରବ। ଏହି ପବିତ୍ର ଦିନରେ ମୋର ଚାଷୀ ଭାଇ ଓ ଭଉଣୀ ମାନଙ୍କୁ କାଳିଆ ସହାୟତା ପ୍ରଦାନ କରି ମୁଁ ବହୁତ ଖୁସି। ରାଜ୍ୟର ୪୧ ଲକ୍ଷ ଛୋଟ ଚାଷୀ ଓ ୮୫ ହଜାର ଭୂମିହୀନ ଚାଷୀଙ୍କୁ ୮୬୯କୋଟି ଟଙ୍କାର ସହାୟତା ଦିଆଗଲା। ସମସ୍ତଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସିଧା ୨୦୦୦ ଟଙ୍କା ଗଲା। କାଳିଆ ଯୋଜନା ଦେଶର ସବୁଠାରୁ ଭଲ ଯୋଜନା। ଛୋଟ ଚାଷୀମାନଙ୍କ ପାଇଁ ଏହା ଆଶା ଓ ଭରସା ସୃଷ୍ଟି କରିପାରିଛି। ଭୂମିହୀନ ଚାଷୀ ମାନଙ୍କ ଜୀବିକାର ସୁରକ୍ଷା ପାଇଁ ମଧ୍ୟ ଏହା ବହୁତ ସାହାଯ୍ୟ କରୁଛି। ଗତ ମେ ମାସରେ ଅକ୍ଷୟ ତୃତୀୟା ଅବସରରେ ମଧ୍ୟ ଆମ ଚାଷୀ ଭାଇ ମାନଙ୍କୁ ୮୦୦ କୋଟି ଟଙ୍କାରୁ ଅଧିକ ସହାୟତା ଦିଆଯାଇଥିଲା। ମୁଁ ଆଶା କରୁଛି, ଏହି ସହାୟତା ଆପଣଙ୍କ ଚାଷ କାମକୁ ଆଗେଇ ନେବାରେ ବହୁତ ସାହାଯ୍ୟ କରିବ। ଚଳିତ ବନ୍ୟା ଯୋଗୁ ଆପଣମାନେ ସମସ୍ତେ ଚିନ୍ତାରେ ଅଛନ୍ତି। ମୁଁ କହିବାକୁ ଚାହେଁ, ମୁଁ ସବୁ ସମୟରେ ଆପଣମାନଙ୍କ ସାଥିରେ ଅଛି। ଶୀଘ୍ର ଡ୍ୟାମେଜ ଆସେସ୍‌ମେଣ୍ଟ କରି ରିପୋର୍ଟ ଦେବାକୁ ମୁଁ ନିର୍ଦ୍ଦେଶ ଦେଇଛି। ଆପଣମାନଙ୍କୁ ଖୁବ ଶୀଘ୍ର ଫସଲ କ୍ଷତି ପାଇଁ ସହାୟତା ଯୋଗାଇ ଦିଆଯିବ। ଓଡିଶାର ଗୌରବକୁ ଆମର ଚାଷୀଭାଇ ମାନେ ଉଜ୍ଜଳ କରିଛନ୍ତି। ଖାଦ୍ୟ ସୁରକ୍ଷାରେ ରାଜ୍ୟ ପାଇଁ ସୁନାମ ଆଣିଛନ୍ତି। ତେଣୁ ରାଜ୍ୟର ସବୁ ଲୋକ ଚାଷୀଭାଇଙ୍କ ନିକଟରେ ଋଣୀ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।

Breaking News