Report Card Odisha

| Daily Odia News

ଦାରିଙ୍ଗବାଡି ଇକୋ ରିଟ୍ରିଟ୍,ପକୃତିର ମଜା ନେବେ ପର୍ଯ୍ୟଟକ…..

ରିପୋର୍ଟ କାର୍ଡ / କନ୍ଧମାଳ

ଓଡ଼ିଶାର କାଶ୍ମୀର ଦାରିଙ୍ଗବାଡ଼ିରେ ହେବ ଇକୋ ରିଟ୍ରିଟ। ରାଜ୍ୟ ସରକାରଙ୍କ ସଂସ୍କୃତି ଓ ପର୍ଯ୍ୟଟନ ବିଭାଗ ପକ୍ଷରୁ ଜୋରଦାର ପ୍ରସ୍ତୁତି ଚାଲିଥିବା ସୂଚନା ମିଳିଛି। କାର୍ଯ୍ୟ ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଡିସେମ୍ବର ୧୫ ତାରିଖରୁ ଆରମ୍ଭ ହୋଇ ଆରମ୍ଭ ହୋଇ ତିନି ମାସ ପର୍ଯ୍ୟନ୍ତ କାର୍ଯ୍ୟକ୍ରମ ଜାରିରହିବ | ପ୍ରତି ବର୍ଷ ରାଜ୍ୟ ତଥା ରାଜ୍ୟ ବାହାରୁ ଲକ୍ଷାଧିକ ପର୍ଯ୍ୟଟକ ଦାରିଙ୍ଗବାଡ଼ି ବୁଲିବାକୁ ଆସିଥାନ୍ତି । ଏହାକୁ ଦୃଷ୍ଟିରେ ରଖି ଦାରିଙ୍ଗବାଡ଼ି ପର୍ଯ୍ୟଟନ ସ୍ଥଳୀର ପ୍ରସାର ତଥା ଦାରିଙ୍ଗବାଡ଼ିକୁ ରାଜ୍ୟ ତଥା ଦେଶ ବିଦେଶରେ ପ୍ରସାର କରି ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ଇକୋ ରିଟ୍ରିଟ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ଗତ ବର୍ଷ ଦାରିଙ୍ଗବାଡ଼ିରେ ଇକୋ ରିଟ୍ରିଟ ସଫଳ ହୋଇଥିବାରୁ ଏହି ବର୍ଷ ପୁଣି ଏହି କାର୍ଯ୍ୟକ୍ରମ ହାତକୁ ନିଆଯାଇଥିବା ପର୍ଯ୍ୟଟନ ଅଧିକାରୀ ସୂଚନା ଦେଇଛନ୍ତି । ପର୍ଯ୍ୟଟନ ବିଭାଗ ଅଧିନରେ ଥିବା ଜମିରେ ୨୫ଟି ବିଳାସପୂର୍ଣ୍ଣ ତମ୍ଭୁ ନିର୍ମାଣ ହୋଇଛି । ଏହା ଆସନ୍ତା ୧୫ ତାରିଖରେ ଆରମ୍ଭ ହେବ |

Breaking News