ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଉତ୍ତର ପ୍ରଦେଶ କାନପୁରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ୨୪ ରୁ ଅଧିକ ଜଣଙ୍କର ମୃତ୍ୟୁ ହୋଇଛି | ମୃତକଙ୍କ ମଧ୍ୟରେ ୧୧ ଜଣ ଶିଶୁ ଥିବା ଜଣାପଡିଛି।ଦୁର୍ଘଟଣାରେ ୨୦ରୁ ଅଧିକ ଆହତ ହୋଇଛନ୍ତି। ଦେବୀ ଦର୍ଶନ ପାଇଁ ଟ୍ରାକ୍ଟରରେ ଉନ୍ନାଓ ଯାଇଥିଲେ ଶ୍ରଦ୍ଧାଳୁ। ଫେରିବା ବେଳେ ଘାତମପୁର ନିକଟରେ ଭାରସାମ୍ୟ ହରାଇ ପୋଖରୀକୁ ଖସିପଡିଥିଲା ଟ୍ରାକ୍ଟର। ଅନ୍ଧାର ଭିତରେ ପାଣିରେ ବୁଡିଯାଇଥିଲେ ଅନେକ ଶ୍ରଦ୍ଧାଳୁ। ଦୁର୍ଘଟଣା ପରେ ଯାତ୍ରୀଙ୍କୁ ସଙ୍ଗେ ସଙ୍ଗେ ଉଦ୍ଧାର କରାଯାଇଥିଲା। ଆହତଙ୍କୁ ସ୍ଥାନୀୟ ହସପିଟାଲରେ ଭର୍ତ୍ତି କରାଯାଇଛି। କିଛି ଆହତଙ୍କ ଅବସ୍ଥା ଗୁରୁତର ରହିଛି। ସେପଟେ ପ୍ରଧାନମନ୍ତ୍ରୀ ମୋଦି ଦୁର୍ଘଟଣା ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ପିଏମ୍ ରିଲିଫ୍ ଫଣ୍ଡରୁ ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଁଏ ଏବଂ ଆହତଙ୍କୁ ୫୦ ହଜାର ଆର୍ଥିକ ସହାୟତା ଘୋଷଣା କରାଯାଇଛି।
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୁଃଖ ପ୍ରକାଶ କରିବା ସହ ଆହତଙ୍କୁ ଉନ୍ନତ ଚିକିତ୍ସା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।






More Stories
ରାଜ୍ୟରେ ଶିକ୍ଷା ବ୍ୟବସ୍ଥାର ବଡ ତ୍ରୁଟି; ବହିରେ ୧୬୭୮ଟି ଭୁଲ ଚିହ୍ନଟ…..
ଭ୍ୟାନ୍ କୂଅକୁ ଖସି ୧୪ ମୃତ…..
ସୂଚନା ଅଧିକାର ଆଇନ ବ୍ୟବସାୟ ପାଲଟିଛି…..