ରିପୋର୍ଟ କାର୍ଡ / ପୁରୀ
ଆଜିଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପବିତ୍ର କାର୍ତ୍ତିକ ନୀତି। ବିଧି ମୁତାବକ ଅନ୍ୟ ନୀତି ପାଳନ କରାଯାଉଛି। ମହାପ୍ରଭୁ ଆଜି ରାଧାଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ଅବକାଶ ନୀତି ସରିବା ପରେ ମହାପ୍ରଭୁଙ୍କର ରାଧାଦାମୋଦର ବେଶକୁ ଭକ୍ତ ଭିତରକାଠ ନିକଟରୁ ଦର୍ଶନ କରିଛନ୍ତି। ଆଜିଠାରୁ କାର୍ତ୍ତିକ ପୁର୍ଣ୍ଣମୀ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ବାଳଭୋଗ ଲାଗି ହେବାର ପରମ୍ପରା ରହିଛି। କାର୍ତ୍ତିକ ବ୍ରତ କରିଥିବା ବ୍ରତଧାରୀ ବ୍ରତ ପାଳନ କରିବା ସହ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ରାଧାଦାମୋଦର ବେଶ ଦର୍ଶନ କରି ଆର୍ଶିବାଦ ଭିକ୍ଷା କରିଛନ୍ତି।






More Stories
୧୦ରେ ରାଜ୍ୟ କ୍ୟାବିନେଟ୍…..
ସସ୍ମିତଙ୍କ ଇସ୍ତଫା ଗୃହୀତ…..
କୁଆପଥର ବର୍ଷା ସହ ଝଡ଼ପବନ…..