ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ବର ଉପକଣ୍ଠ ବାଲିଅନ୍ତା ଧବଳାହାର ଗାଁ ନିକଟ କେନାଲରେ ଭାସୁଛି ମୃତଦେହ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନାଯୋଗ୍ୟ ଯେ, ଭୁବନେଶ୍ବର ଉପକଣ୍ଠ ବାଲିଅନ୍ତା ଧବଳାହାର ଗାଁ ନିକଟ କେନାଲରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଥିଲା । ମୃତଦେହ ଦେଖି ସ୍ଥାନୀୟ ଲୋକ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତଦେହରେ ରକ୍ତ ଛିଟା ଲାଗିଥିବା ଦେଖିବାକୁ ମିଳିଛି । ବ୍ୟକ୍ତି ଜଣଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି । ପୋଲିସର ତଦନ୍ତ ପରେ ମୃତ୍ୟୁର କାରଣ ସ୍ପଷ୍ଟ ଜଣାପଡିବ ।






More Stories
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା; ବିଦ୍ୟାଭାରତୀଙ୍କ ଆବେଦନର ଶୁଣାଣି ଶେଷ….
ଆମ ବସ୍’ ଯାତ୍ରା ମାଗଣା…..
ଡି.ଏ.ଭି. ପବ୍ଲିକ୍ ସ୍କୁଲ,କଳିଙ୍ଗ ନଗରରେ ରକ୍ଷାବନ୍ଧନ ଉତ୍ସବ ପାଳିତ…..