ରିପୋର୍ଟ କାର୍ଡ / ଭୁବନେଶ୍ୱର
କେନ୍ଦ୍ର ଜଳଶକ୍ତି ମନ୍ତ୍ରାଳୟର ରାଷ୍ଟ୍ରମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ । ଜଳଶକ୍ତି ମନ୍ତ୍ରାଳୟର କ୍ୟାବିନେଟ ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାଓ୍ୱତ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁଙ୍କୁ ମନ୍ତ୍ରାଳୟରେ ସ୍ୱାଗତ କରିଥିଲେ । ଦାୟିତ୍ୱ ଗ୍ରହଣ ସମୟରେ ଜଳଶକ୍ତି ବିଭାଗର ଅନ୍ୟ କର୍ମଚାରୀ ଓ ସଦସ୍ୟ ଉପସ୍ଥିତ ଥିଲେ । କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁଙ୍କ ଦାୟିତ୍ୱ ଗ୍ରହଣ ପରେ ତାଙ୍କର ଗାଁରେ ଖୁସିର ଲହରୀ ଖେଳିଯାଇଛି । କେନ୍ଦ୍ର ମନ୍ତ୍ରୀ ମଣ୍ଡଳରେ ନୂଆ ମୁହଁ ଭାବେ ସ୍ଥାନ ପାଇଛନ୍ତି ମୟୁରଭଞ୍ଜର ବିଶେଶ୍ୱର ଟୁଡୁ । ମୟୁରଭଞ୍ଜ ଭଳି ଏକ ଆଦିବାସୀ ବହୁଳ ଜିଲ୍ଲାରୁ ଯାଇ କେନ୍ଦ୍ର ମନ୍ତ୍ରୀ ଭାବେ ଶପଥ ନେବା ମଧ୍ୟରେ ସେ ବହୁ ଉତଥାନ ପତନର ସାମ୍ନା କରିଛନ୍ତି । ୧୯୬୫ ମସିହାରେ ମାର୍ଚ୍ଚ ୨୮ ତାରିଖରେ ମୋରଡା ବ୍ଲକ ସାନମୁଣ୍ଡାବଣି ପଞ୍ଚାୟତ ଖୁଣ୍ଟାପାଳ ଗାଁରେ ଜନ୍ମ ଲାଭ କରିଥିଲେ ବିଶେଶ୍ୱର ଟୁଡୁ । ବାପା ଶୁକୁଲ ଟୁଡୁ ଥିଲେ ଭାରତୀୟ ସେନାର ଜଣେ କର୍ମଚାରୀ । ଅବସର ପରେ ତାଙ୍କ ବାପା ନିଜ ପଞ୍ଚାୟତରେ ସରପଞ୍ଚ ମଧ୍ୟ ହୋଇଥିଲେ ।






More Stories
ମାଷ୍ଟର ମାଇଣ୍ଡ ଶଙ୍କର ପୃଷ୍ଟି ଗିରଫ…….
ସ୍କୁଲରେ ୨୨ ଛାତ୍ରୀଙ୍କୁ ଯୌନ ନିର୍ଯାତନା,ପ୍ରିନ୍ସପାଲଙ୍କ ସମେତ ୩ ଗିରଫ……
ତହସିଲ୍ରେ ନୂତନ ଉପନିବନ୍ଧନ କାର୍ଯ୍ୟାଳୟ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ…..