ରିପୋର୍ଟ କାର୍ଡ / କେନ୍ଦ୍ରାପଡା
ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କଲେ ଦୁର୍ବୃତ୍ତ। ଏପରି ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଥାନା ଅନ୍ତର୍ଗତ କୁରୁଣ୍ଟି ଗାଁରେ। ମୃତ ଯୁବକ ହେଲେ ମୁନା ଓରଫ୍ ରଞ୍ଜନ ପରିଡ଼ା | ଗତକାଲି ରାତିରେ ମୁନାଙ୍କୁ କିଛି ଦୁର୍ବୃତ୍ତ ଏକ ଧାରୁଆ ଅସ୍ତ୍ରରେ ଗୋଡ଼ଇ ଗୋଡ଼ାଇ ହାଣି ସଂଘବଦ୍ଧ ଭାବେ ହତ୍ୟା କରିଥିବା ଅଭିଯୋଗ ହୋଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରିଏହି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ରଞ୍ଜନଙ୍କ ନାଁରେ ବିଭିନ୍ନ ଥାନାରେ ୧୦ରୁ ଅଧିକ ମାମଲା ରହିଛି। ତେବେ କେଉଁ କାରଣ ପାଇଁ ଦୁର୍ବୃତ୍ତମାନେ ମୁନାଙ୍କ ହତ୍ୟା କଲେ ତାର କାରଣ ଜଣାପଡ଼ି ନାହିଁ। ପୋଲିସ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।






More Stories
ପାହାଡପୁରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ…..
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……