ରିପୋର୍ଟ କାର୍ଡ / ଭୁବନେଶ୍ୱର
କେନ୍ଦୁପତ୍ର ସଂଗ୍ରହ ମୂଲ୍ୟ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଏହାଦ୍ୱାରା ଉପକୃତ ହେବେ ରାଜ୍ୟର ୭.୫୦ ଲକ୍ଷ ଗରୀବ କେନ୍ଦୁପତ୍ର ତୋଳାଳୀ । ରାଜ୍ୟର ଲକ୍ଷ ଲକ୍ଷ କେନ୍ଦୁପତ୍ର ତୋଳାଳୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କେନ୍ଦୁପତ୍ରର ସଂଗ୍ରହ ମୂଲ୍ୟ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏହି ନିଷ୍ପତ୍ତି ଅନୁଯାୟୀ ୨୦୨୨ ଫସଲ ବର୍ଷ ପାଇଁ ଉଭୟ ପ୍ରୋସେସ ଅଞ୍ଚଳ ଓ ଫାଲ ଅଂଚଳରେ କେନ୍ଦୁପତ୍ର ସଂଗ୍ରହ ମୂଲ୍ୟରେ ବୃଦ୍ଧି କରାଯାଇଛି। ଏହାଦ୍ଵାରା ରାଜ୍ୟର ୭.୫୦ ଲକ୍ଷ ଗରୀବ କେନ୍ଦୁପତ୍ର ତୋଳାଳୀ ୨୪୦ କୋଟି ଟଙ୍କାର ଅଧିକ ରୋଜଗାର ପାଇପାରିବେ । ଏମାନଙ୍କ ମଧ୍ୟରୁ ଅଧିକାଂଶ ହେଉଛନ୍ତି ଜନଜାତି ମହିଳା । ଏହାସହିତ ରାଜ୍ୟ ସରକାରଙ୍କ ପକ୍ଷରୁ ବୋନସ ଓ ବିଭିନ୍ନ ଭତ୍ତା ବାବଦରେ ମଧ୍ୟ୍ୟ ୧୨୦ କୋଟି ଟଙ୍କା ମଂଜୁର କରାଯାଇଛି। ଏହାଦ୍ଵାରା ୮ ଲକ୍ଷ କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ ଓ ଅନ୍ୟାନ୍ୟ କର୍ମଚାରୀ (Seasonal Staff) ଉପକୃତ ହେବେ ।






More Stories
ବିଜେପି ନେତାଙ୍କ ଉପରେ ହେଉ କାର୍ଯ୍ୟାନୁଷ୍ଠାନ…..
ଆସନ୍ତାକାଲି ଯୁକ୍ତ ଦୁଇ ପରୀକ୍ଷା ଫଳ….
ବିଚ୍ ରାସ୍ତାରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ:ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ ନବୀନ……