ରିପୋର୍ଟ କାର୍ଡ / କେନ୍ଦୁଝର
ବାଇକ୍ରେ ଯାଉଥିବା ବେଳେ ରାସ୍ତାରେ ଯୁବକଙ୍କୁ ପିଟି ପିଟି ହତ୍ୟା କରାଯାଇଛି।ଏପରି ବୀଭତ୍ସ ହତ୍ୟାକାଣ୍ଡ କେନ୍ଦୁଝର ଜିଲ୍ଲା ରାମଚନ୍ଦ୍ରପୁର ଥାନା ଅଞ୍ଚରେ ଘଟିଛି। ଏହାକୁ ନେଇ ଗାଁରେ ଉତ୍ତେଜନା ପ୍ରକାଶ ପାଇଛି। ସୁରକ୍ଷା ଦୃଷ୍ଟିରୁ ଗାଁରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି। ରାମଚନ୍ଦ୍ରପୁର ଥାନା ପଣ୍ଡୁଆ ଗାଁର ପାଇପ୍ ମିସ୍ତ୍ରୀ ଭାବେ କାମ କରୁଥିବା ଜଣେ ଯୁବକ ମଙ୍ଗଳବାର ସନ୍ଧ୍ୟା ବେଳେ ବାଇକ୍ରେ ଘରକୁ ଫେରୁଥିଲେ। ଠିକ୍ ସେତିକି ବେଳେ ମଝି ରାସ୍ତାରେ ସେହି ଗାଁର ଅନ୍ୟ ଜଣେ ଯୁବକ ତାଙ୍କୁ ଠେଙ୍ଗାରେ ଆକ୍ରମଣ କରିଥିଲେ। ଘଟଣା ସ୍ଥଳରେ ଯୁବକଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣାକୁ ନେଇ ଗାଁରେ ଉତ୍ତେଜନା ପ୍ରକାଶ ପାଇଛି। ଉତ୍ତ୍ୟକ୍ତ ଲୋକେ ଆକ୍ରମ କରିଥିବା ଯୁବକଙ୍କ ଘରରେ ନିଆଁ ଲଗାଇ ଦେଇଛନ୍ତି। ନିଆଁ ଲିଭାଇବା ପାଇଁ ଆସିଥିବା ଅଗ୍ନିଶମ ଗାଡ଼ିକୁ ଛାଡ଼ିନଥିଲେ | ମୃତଦେହ ରଖି ଗୋଟିଏ ଗୋଷ୍ଠୀ ରାସ୍ତାରୋକ କରିଛନ୍ତି। ଏବେ ମଧ୍ୟ ଗାଁରେ ଉତ୍ତେଜନା ଲାଗି ରହିଛି। ମୃତକଙ୍କ ସମ୍ପର୍କୀମାନେ ବିପକ୍ଷ ଗୋଷ୍ଠୀର ଲୋକଙ୍କୁ ଆକ୍ରମଣ କରିଛନ୍ତି। ଯାହାଫଳରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ମେଡ଼ିକାଲ୍ରେ ଭର୍ତ୍ତି କରାଯାଇଛି। ରାମଚନ୍ଦ୍ରପୁର ଥାନା ପୋଲିସ ଗାଁରେ ପହଞ୍ଚି ବୁଝାସୁଝା କରୁଥିଲେ ମଧ୍ୟ ଉତ୍ତେଜନା କାବୁ ହେଉନି। ସୁରକ୍ଷା ଦୃଷ୍ଟିରୁ ଗାଁରେ ବ୍ୟାପକ ପୁଲିସ୍ ଫୋର୍ସ ମୁତୟନ କରାଯାଇଛି।






More Stories
ଡାକ୍ତର ଆନ୍ଦୋଳନ ସ୍ଥଗିତ…..
ମହିଳା IICଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର…..
ଜାପାନ ସହଯୋଗରେ ଓଡ଼ିଶାରେ ହେବ ୩ ପ୍ରକଳ୍ପ……