ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଘରେ ଅଗ୍ନିକାଣ୍ଡ ଘଟି ଗୋଟିଏ ପରିବାର ୫ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଆଠ ମାସର ଏକ ଶିଶୁ ରହିଛି। ଏଭଳି ଦୁଃଖଦ ଘଟଣା ଘଟିଛି କେରଳର ବରକଲା ନିକଟରେ ଘଟିଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ଘଟଣାର ତଦନ୍ତ ଆରମ୍ଭ ହୋଇଛି। ପୋଲିସ ସୂଚନା ଅନୁଯାୟୀ, ଏହି ଘଟଣା ବରକଲାର ଦଲାବପୁରମରେ ସୋମବାର ବିଳମ୍ବିତ ରାତି ୧ଟା ୪୫ରେ ଏହି ଘଟଣା ଘଟିଛି। ପଡୋଶୀ ଘଟଣା ବିଷୟରେ ଅଗ୍ନିଶମ କର୍ମଚାରୀଙ୍କୁ ଖବର ଦେଇଥିଲେ। ଖବର ପାଇ ଅଗ୍ନିଶମ କର୍ମଚାରୀ ତୁରନ୍ତ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ନିଆଁରେ ପ୍ରାୟ ୫ଟି ମୋଟର ସାଇକେଲ , ଏସି ଭଳି ଅନ୍ୟାନ୍ୟ ଜିନିଷ ପୋଡି ପାଉଁଶ ହୋଇ ଯାଇଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି






More Stories
ଠିକ୍ ସମୟରେ କାମ ନହେଲେ କାର୍ଯ୍ୟାନୁଷ୍ଠାନ…..
ଆଜି ଦେଶବ୍ୟାପି ୬ଘଣ୍ଟିଆ ଧର୍ମଘଟ……
୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ……