Report Card Odisha

| Daily Odia News

କେରଳରେ ପହଞ୍ଚିଲା ୪୫ଜଣ ଭାରତୀୟଙ୍କ ମୃତଦେହ….

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

କୁଏତ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ୪୫ଜଣ ଭାରତୀୟଙ୍କ ମୃତଦେହ କେରଳ କୋଚି ବିମାନ ବନ୍ଦରରେ ପହଞ୍ଚିଛି । ଭାରତୀୟ ବାୟୁସେନାର ସି-୧୩୦ ଜେ ସୁପର ହୁରକ୍ୟୁଲସରେ ସେମାନଙ୍କ ମୃତଦେହକୁ ସ୍ୱଦେଶ ଅଣାଯାଇଛି । କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ୍ ନିଜେ ବିମାନ ବନ୍ଦର ଯାଇ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏଠାରୁ ମୃତଦେହଗୁଡିକୁ ସନ୍ଧ୍ୟା ସୁଦ୍ଧା ଦିଲ୍ଲୀରେ ପହଞ୍ଚାଇବା ପରେ ସେଠାରୁ ସେମାନଙ୍କ ନିଜ ନିଜ ପରିବାରକୁ ପଠାଯିବାର ସୂଚନା ରହିଛି।ଗୁରୁବାର ଦିନ କୁଏତର କର୍ତ୍ତୃପକ୍ଷ ଏହି ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ୪୫ ଜଣ ଭାରତୀୟ ଏବଂ ତିନି ଜଣ ଫିଲିପାଇନ୍ସ ନାଗରିକଙ୍କ ମୃତଦେହ ଚିହ୍ନଟ କରିଛନ୍ତି। କୁଏତ ତୁରନ୍ତ ଘଟଣାର ତଦନ୍ତ କରିବାକୁ ପ୍ରତିଶ୍ରୁତି ଦେଇଛି ଏବଂ ପୀଡିତଙ୍କ ମୃତଦେହକୁ ଫେରାଇ ଆଣିବାରେ ପୂର୍ଣ୍ଣ ସମର୍ଥନ ଦେଇଛି।

Breaking News