ରିପୋର୍ଟ କାର୍ଡ / ପୁରୀ
ମହାପ୍ରଭୁ ଶ୍ରୀଜଗନ୍ନାଥ ଙ୍କ ରତ୍ନଭଣ୍ଡାରର ଚାବିକୁ ହଜାଇ ଦେଇଥିବା ରାଜ୍ୟ ପ୍ରଶାସନ ଏବେ ଶ୍ରୀମନ୍ଦିରର ୨ଟି ଗୁରୁତ୍ୱପୂର୍ଣ୍ଣ ଫାଇଲକୁ ହଜାଇ ଦେଇଛନ୍ତି । ଜଗନ୍ନାଥ ମନ୍ଦିର ପ୍ରଶାସନର ଉକ୍ତ ଦୁଇଟି ଫାଇଲକୁ ଖୋଜିବା ପାଇଁ ଆଇନ ବିଭାଗର ଉପସଚିବ ବିଭାଗୀୟ ସମସ୍ତ ଶାଖାକୁ ଚିଠି ଲେଖାଯିବା ପରେ ଏହି ସଙ୍ଗୀନ ତଥ୍ୟ ପଦାକୁ ଆସିଛି । ମିଳିଥିବା ସୂଚନା ଅନୁସାରେ, ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ଦୁଇଟି ଫାଇଲ ଏବେ ଆଇନ ବିଭାଗରେ ହଜିଯାଇଛି । ଉକ୍ତ ଦୁଇଟି ଫାଇଲ କେଉଁଠି ରହିଛି ତାକୁ ପ୍ରାଥମିକତା ଭିତ୍ତିରେ ଖୋଜିବା ପାଇଁ ସର୍ଚ୍ଚ ଅପରେସନ୍ ଓ ଠାବ କରିବାକୁ ଆଇନ ବିଭାଗର ଉପସଚିବ ଅଂଶୁମାନ ମହାନ୍ତି ନିଜ ବିଭାଗ ଅଧୀନସ୍ଥ ସମସ୍ତ ଶାଖାକୁ ଚିଠି ଲେଖି ଅବଗତ କରାଇଛନ୍ତି । ହାଇକୋର୍ଟଙ୍କ ନିର୍ଦ୍ଦେଶର ତୁରନ୍ତ ଅନୁପାଳନ ରିପୋର୍ଟ ଦାଖଲ ନିମନ୍ତେ ଏହି ଦୁଇଟି ଫାଇଲର ଆବଶ୍ୟକତା ରହିଥିବାରୁ ପ୍ରାଥମିକତା ଭିତ୍ତିରେ ତାକୁ ଖୋଜିବାକୁ ସେ ଅନୁରୋଧ କରିଛନ୍ତି । ଜଗନ୍ନାଥ ମନ୍ଦିର ପ୍ରଶାସନ ସେକ୍ସନରେ ଦୁଇଟି ଫାଇଲ ଯଥା- ଜେଟିଏ-୫୫/୨୦୦୬(ପିଟି) ଓ ଜେଟିଏ-୦୬/୨୦୧୪ ଏବେ ମିଳୁନି । ତେଣୁ ବିଭାଗର ସମସ୍ତ ସେକ୍ସନରେ ଏହି ଦୁଇ ଫାଇଲକୁ ଖୋଜିବାକୁ ଓ ଯଦି ନଥିବ ତାହା ଜଣାଇଲେ ପରବର୍ତ୍ତୀ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ଶ୍ରୀ ମହାନ୍ତି ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ।






More Stories
ବିଧାନସଭାରେ କୋକେଇ ଶୋଭାଯାତ୍ରା…..
ସ୍ବତନ୍ତ୍ର ଶାସନ ସଚିବ ବୁଝିବେ…..
ପୁଣି SCB ମେଡିକାଲରେ ଅଘଟଣ: ଜଳିଲା….