ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଜମ୍ମୁ-କଶ୍ମୀର ଡୋଡା ରାସ୍ତାର ଗ୍ୱାରୀ ନିକଟରେ ଘଟିଛି ମର୍ମନ୍ତୁଦ ବସ୍ ଦୁର୍ଘଟଣା। ଏକ ଯାତ୍ରୀବାହୀ ମିନି ବସ୍ ଖାଇକୁ ଖସିପଡିଛି। ଫଳରେ ବସ୍ ରେ ଥିବା ୮ ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଛି । ଏଥିସହ ୧୨ରୁ ଅଧିକ ଆହତ ହୋଇଥିବା ସନ୍ଦେହ କରାଯାଇଛି। ସୂଚନା ମୁତାବକ, ଏକ ମିନି ବସ୍ ଆଜି ସକାଳୁ ଭାରସାମ୍ୟ ହରାଇ ଡୋଡା ନିକଟ ଏକ ଖାଇକୁ ଖସି ପଡିଥିଲା। କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ ଏନେଇ ସୂଚନା ଦେଇଛନ୍ତି। ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଗୁରୁତରଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେପଟେ ଏହି ଦୁର୍ଘଟଣା ଖବରକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି। ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକଙ୍କ ପରିବାରକୁ ପ୍ରଧାନମନ୍ତ୍ରୀ ଦୁଇ ଲକ୍ଷ ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ଏଥିସହ ଆହତଙ୍କୁ ପାଇଁ ୫୦ ହଜାର ଟଙ୍କା ଲେଖାଏଁ ଘୋଷଣା କରିଛନ୍ତି ମୋଦି।






More Stories
ଇରାନ ସହ ଯୁଦ୍ଧ ସମାପ୍ତ କରିବାକୁ ପ୍ରସ୍ତୁତ…..
ସଂକଳ୍ପ ପତ୍ର ପ୍ରକାଶ କଲା ବିଜେପି…..
ବିଜୁ ବାବୁଙ୍କୁ ଟାର୍ଗେଟ୍ କରିନଥିଲି…..