ରିପୋର୍ଟ କାର୍ଡ / ଭୁବନେଶ୍ବର
ଆସନ୍ତା ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବ ପ୍ରସିଦ୍ଧ ଖଣ୍ଡଗିରି କୁମ୍ଭମେଳା । ୨୪ ତାରିଖ ଯାଏ ମେଳା ଚାଲିବ | ଏନେଇ ବିଏମସି ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି ପ୍ରସ୍ତୁତି ବୈଠକ। ବୈଠକରେ ମୌଳିକ ସୁବିଧା ସୁଯୋଗ ସହ ମେଳା ପରିଚାଳନା ପାଇଁ ବିଭିନ୍ନ ଦିଗକୁ ନେଇ କରାଯାଇଛି ଆଲୋଚନା । ସାଧୁସନ୍ଥଙ୍କ ମୌଳିକ ଆବଶ୍ୟକତାକୁ ନେଇ ଅସ୍ଥାୟୀ ସ୍ନାନଗାର, ଅସ୍ଥାୟୀ ଶୌଚାଳୟ ,ପାନୀୟ ଜଳ, ବିଦ୍ୟୁତ ସଂଯୋଗ, ସୂଚନା କେନ୍ଦ୍ର, ଆମ୍ବୁଲାନ୍ସ ସେବା ଓ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଉପରେ ଗୁରୁତ୍ୱ ଦିଆଯାଇଛି। ସେହିପରି ପାର୍କିଂ ବ୍ୟବସ୍ଥା, ମୀନା ବଜାରରେ କିଭଳି ଅଧିକ ବ୍ୟବସାୟୀ ସାମିଲ ହେବେ ସେନେଇ ଦୃଷ୍ଟି ଦିଆଯାଇଥିବା ଜଣାପଡିଛି |






More Stories
ସୈାମ୍ୟରଞ୍ଜନ ମୃତ୍ୟୁ ଘଟଣା;ଗିରଫ ସଂଖ୍ୟା ୧୧କୁ ବୃଦ୍ଧି….
ବିଜେପିର ଶପଥ ଗ୍ରହଣ ଉତ୍ସବ:ଦୁର୍ଗା ମୂର୍ତ୍ତିରୁ ମଞ୍ଚ ଉପରେ ଝାଲମୁଢି ପର୍ଯ୍ୟନ୍ତ….
୬ ସିଭିଲ ଜଜ୍ଙ୍କ ବଦଳି…..