ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ ଆଜି ସନ୍ଧ୍ୟାରେ ନରେନ୍ଦ୍ର ମୋଦିଙ୍କ ଶପଥ ପାଠ ଉତ୍ସବରେ ସାମିଲ ହେବେ। ଆଜି ସନ୍ଧ୍ୟା ୭.୧୫ରେ ମୋଦି ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି। ରାଷ୍ଟ୍ରପତି ଭବନରେ ଆୟୋଜିତ ହେବାକୁ ଥିବା ଏହି ଭବ୍ୟ କାର୍ଯ୍ୟକ୍ରମରେ ଦେଶ ବିଦେଶରୁ ୯ ହଜାରରୁ ଅଧିକ ଅତିଥି ସାମିଲ ହେବେ। ପ୍ରଧାନମନ୍ତ୍ରୀଙ୍କ ଶପଥ ପାଠ କାର୍ଯ୍ୟକ୍ରମରେ ସାମିଲ ହେବାକୁ ରାଜ୍ୟସଭାର ବିରୋଧୀ ଦଳ ନେତା ଭାବେ ଖଡଗେଙ୍କୁ ମଧ୍ୟ ନିମନ୍ତ୍ରଣ ମିଳିଥିଲା। ସେ ନିମନ୍ତ୍ରଣ ପାଇବା ପରେ ମୋଦିଙ୍କ ଶପଥପାଠ କାର୍ଯ୍ୟକ୍ରମରେ ସାମିଲ ହେବେ ବୋଲି ସୂଚନା ଦେଇଛନ୍ତି।






More Stories
ଇରାନର ଗୁପ୍ତଚର ମୁଖ୍ୟ ନିହତ…..
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ମଙ୍ଗଳବାର ଇରାନ୍ ପାଇଁ ଶେଷ ଦିନ !…..