Report Card Odisha

| Daily Odia News

କିଟ୍‌ ଛାତ୍ରୀ ମୃତ୍ୟୁ ଘଟଣା:ଗିରଫ ହେଉ ହେଉ ମିଳିଗଲା ଜାମିନ……

ରିପୋର୍ଟ କାର୍ଡ / ଭୁବନେଶ୍ୱର

କିଟ୍‌ରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣାରେ ସାରା ରାଜ୍ୟ ଉଠୁଛି ପଡୁଛି। ଏହାକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଏହି ଘଟଣାରେ ଗିରଫ କରାଯାଇଥିବା ୫ଜଣ ଦୋଷୀଙ୍କୁ ଜାମିନ ମିଳିଛି। କୀଟ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ୫ ଗିରଫଙ୍କୁ ଜାମିନ ମିଳିଛି। ୩ ନିର୍ଦ୍ଦେଶକଙ୍କ ସମେତ ୨ ସୁରକ୍ଷାକର୍ମୀଙ୍କୁ ଜାମିନ ମିଳିଛି। ଗିରଫ ହୋଇଥିବା ନିର୍ଦ୍ଦେଶକ ଶିବାନନ୍ଦ ମିଶ୍ର, ପ୍ରତାପ ଚମ୍ପତି, ସୁଧୀର ରଥ ସୁରକ୍ଷାକର୍ମୀ ରମାକାନ୍ତ ନାୟକ, ଯୋଗେନ୍ଦ୍ର ବେହେରାଙ୍କୁ ଜାମିନ ଦିଆଯାଇଛି। ଜଣେ ଜାମିନଦାର ଓ ୨୦ ହଜାର ଟଙ୍କା ବେଲବଣ୍ଡରେ ଜାମିନ ମିଳିଛି। ଜାମିନ ପ୍ରଦାନ କରିଛନ୍ତି ଭୁବନେଶ୍ବର ଜେଏମଏଫସି-୨। କିଟ୍‌ ଘଟଣାକୁ ନେଇ ଆକ୍ସନ ମୋଡ୍‌ରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। Nepal Student Suicide ଘଟଣାର ତଦନ୍ତ ନେଇ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି ରାଜ୍ୟ ସରକାର। ଏହି କମିଟିରେ ସ୍ଥାନ ପାଇଛନ୍ତି ୩ଟି ବିଭାଗର ସଚିବ। କମିଟିରେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପ୍ରମୁଖ ସଚିବ ଓ ଉଚ୍ଚ ଶିକ୍ଷା ବିଭାଗର ସଚିବ ମଧ୍ୟ ସ୍ଥାନ ପାଇଛନ୍ତି।

Breaking News