ରିପୋର୍ଟ କାର୍ଡ / ଭୁବନେଶ୍ୱର
ପୂର୍ବତନ ବିଧାୟକ ତଥା ଗଞ୍ଜାମ ସାନଖେମୁଣ୍ଡି ରାଜା ସାହେବ ଉଦୟ ନାରାୟଣ ଦେବଙ୍କ ପରଲୋକ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା । ସେ ମୋହନା ନିର୍ବାଚନ ମଣ୍ଡଳରୁ ୩ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ବିଶ୍ୱବିଖ୍ୟାତ ବିହଙ୍ଗ ବିଜ୍ଞାନୀ ଭାବେ ରାଜା ସାହେବଙ୍କର ସୁଖ୍ୟାତି ରହିଛି । ୧୯୭୪-୧୯୭୭ ଯାଏ ଉତ୍କଳ କଂଗ୍ରେସ ଟିକେଟ୍ରେ ବିଧାୟକ ଥିଲେ । ୧୯୭୭ରେ ଲୋକ ଦଳରୁ ବିଧାୟକ ନିର୍ବାଚିତ ହୋଇଥିଲେ । ପରେ ୧୯୮୦ରେ ଜନତା ପାର୍ଟି (ସେକ୍ୟୁଲାର) ଟିକେଟ୍ରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ଉଦୟ ନାରାୟଣ ଦେବ । ତାଙ୍କ ବିୟୋଗରେ ରୈଜନୈତିକ ମହଲରେ ଶୋକ ପ୍ରକାଶ ପାଇଛି । ବହୁ ବିଶିଷ୍ଟ ବ୍ୟକ୍ତି ଶୋକବ୍ୟକ୍ତ କରିଛନ୍ତି ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..