ରିପୋର୍ଟ କାର୍ଡ / ଭୁବନେଶ୍ବର
ଚଳିତ ମାସ ପ୍ରଥମ ସପ୍ତାହରେ ଲାଗୁ କରାଯାଇଥିବା କୋଭିଡ କଟକଣାକୁ କୋହଳ କରିଛି ଭୁବନେଶ୍ବର ମହାନଗର ନିଗମ | କଟକଣା କୋହଳ ହୋଇଥିବାରୁ ଏଣିକି ବାହାଘର, ବ୍ରତଘର ଓ ଶୁଦ୍ଧିକ୍ରିୟାରେ ୨୫୦ ଲୋକ ଯୋଗ ଦେଇପାରିବେ। ନଭେମ୍ବର ୧ ତାରିଖ ଠାରୁ ନୂଆ ଗାଇଡଲାଇନ ଲାଗୁ ହେବ। ତେବେ ନୂଆ ଗାଇଡଲାଇନ୍ ଅନୁସାରେ ଏହି ସବୁ କାର୍ଯ୍ୟକ୍ରମରେ ଯେକୌଣସି ସମୟରେ ୨୫୦ ଜଣ ଲୋକ ଯୋଗ ଦେଇପାରିବେ । ଅନ୍ୟପଟେ ବିବାହ, ବ୍ରତଘର ଓ ଶୁଦ୍ଧିକ୍ରିୟାରେ ସାମାଜିକ ଦୂରତା, ମାସ୍କ ଓ ସ୍କ୍ରିନିଂକୁ ବାଧ୍ୟତାମୂଳକ କରାଯାଇଛି । ଏହା ସହିତ ଛୋଟ ପିଲା, ଗର୍ଭବତୀ ମହିଳା ଓ ବୟସ୍କ ବ୍ୟକ୍ତିମାନେ ଏହି କାର୍ଯ୍ୟକ୍ରମରେ ଯୋଗ ଦେବାକୁ ବାରଣ କରିଛି ବିଏମସି । ଆଗକୁ ପାର୍ବଣ ଋତୁ ଆସୁଛି । ତେଣୁ ଏହାକୁ ଲକ୍ଷ୍ୟ ରଖି ବିଏମସି ଏପରି ଗାଇଡଲାଇନ୍ ଜାରି କରିଛି । କୋଭିଡ୍ ସଂକ୍ରମଣ ବୃଦ୍ଧିକୁ ଆଖି ଆଗରେ ରଖି ବିଏମସି ତରଫରୁ ଗାଇଡଲାଇନ୍ ଧାର୍ଯ୍ୟ କରାଯାଇଥିଲା । ଯେଉଁଥିରେ ବିବାହ, ବ୍ରତଘର ଓ ଶୁଦ୍ଧିକ୍ରିୟାରେ କେବଳ ୫୦ ଜଣ ଲୋକ ଯୋଗ ଦେଇପାରିବେ ବୋଲି କୁହାଯାଇଥିଲା । ବତର୍ତ୍ତମାନ ପରିପ୍ରେକ୍ଷୀରେ କରୋନା ସଂକ୍ରମଣ ହ୍ରାସ ପାଇଥିବାରୁ ବିଏମ୍ସି ଗୋଟିଏ ପରେ ଗୋଟିଏ କଟକଣା କୋହଳ କରୁଛି।






More Stories
ବିଧାୟକଙ୍କୁ ହତ୍ୟା ଧମକ…..
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ,ବାତ୍ୟା ଆଶଙ୍କା…..
ପିଲାଙ୍କୁ ମିଳିବ ୟୁନିଫର୍ମ…..