ରିପୋର୍ଟ କାର୍ଡ / ଭୁବନେଶ୍ବର
ଚଳିତ ମାସ ପ୍ରଥମ ସପ୍ତାହରେ ଲାଗୁ କରାଯାଇଥିବା କୋଭିଡ କଟକଣାକୁ କୋହଳ କରିଛି ଭୁବନେଶ୍ବର ମହାନଗର ନିଗମ | କଟକଣା କୋହଳ ହୋଇଥିବାରୁ ଏଣିକି ବାହାଘର, ବ୍ରତଘର ଓ ଶୁଦ୍ଧିକ୍ରିୟାରେ ୨୫୦ ଲୋକ ଯୋଗ ଦେଇପାରିବେ। ନଭେମ୍ବର ୧ ତାରିଖ ଠାରୁ ନୂଆ ଗାଇଡଲାଇନ ଲାଗୁ ହେବ। ତେବେ ନୂଆ ଗାଇଡଲାଇନ୍ ଅନୁସାରେ ଏହି ସବୁ କାର୍ଯ୍ୟକ୍ରମରେ ଯେକୌଣସି ସମୟରେ ୨୫୦ ଜଣ ଲୋକ ଯୋଗ ଦେଇପାରିବେ । ଅନ୍ୟପଟେ ବିବାହ, ବ୍ରତଘର ଓ ଶୁଦ୍ଧିକ୍ରିୟାରେ ସାମାଜିକ ଦୂରତା, ମାସ୍କ ଓ ସ୍କ୍ରିନିଂକୁ ବାଧ୍ୟତାମୂଳକ କରାଯାଇଛି । ଏହା ସହିତ ଛୋଟ ପିଲା, ଗର୍ଭବତୀ ମହିଳା ଓ ବୟସ୍କ ବ୍ୟକ୍ତିମାନେ ଏହି କାର୍ଯ୍ୟକ୍ରମରେ ଯୋଗ ଦେବାକୁ ବାରଣ କରିଛି ବିଏମସି । ଆଗକୁ ପାର୍ବଣ ଋତୁ ଆସୁଛି । ତେଣୁ ଏହାକୁ ଲକ୍ଷ୍ୟ ରଖି ବିଏମସି ଏପରି ଗାଇଡଲାଇନ୍ ଜାରି କରିଛି । କୋଭିଡ୍ ସଂକ୍ରମଣ ବୃଦ୍ଧିକୁ ଆଖି ଆଗରେ ରଖି ବିଏମସି ତରଫରୁ ଗାଇଡଲାଇନ୍ ଧାର୍ଯ୍ୟ କରାଯାଇଥିଲା । ଯେଉଁଥିରେ ବିବାହ, ବ୍ରତଘର ଓ ଶୁଦ୍ଧିକ୍ରିୟାରେ କେବଳ ୫୦ ଜଣ ଲୋକ ଯୋଗ ଦେଇପାରିବେ ବୋଲି କୁହାଯାଇଥିଲା । ବତର୍ତ୍ତମାନ ପରିପ୍ରେକ୍ଷୀରେ କରୋନା ସଂକ୍ରମଣ ହ୍ରାସ ପାଇଥିବାରୁ ବିଏମ୍ସି ଗୋଟିଏ ପରେ ଗୋଟିଏ କଟକଣା କୋହଳ କରୁଛି।






More Stories
ଚାଷୀଙ୍କ ସମସ୍ୟା ନେଇ ରାସ୍ତାକୁ ଓହ୍ଲାଇବ ବିଜେଡି…..
ବିଜେପି ନେତାଙ୍କ ଉପରେ ହେଉ କାର୍ଯ୍ୟାନୁଷ୍ଠାନ…..
ଆସନ୍ତାକାଲି ଯୁକ୍ତ ଦୁଇ ପରୀକ୍ଷା ଫଳ….