ରିପୋର୍ଟ କାର୍ଡ / ଭୁବନେଶ୍ୱର
ଲଘୁଚାପ ପ୍ରଭାବରେ ରାଜ୍ୟରେ ଆଜି ପ୍ରବଳ ବର୍ଷା ଲାଗି ରହିଛି। ବିଭିନ୍ନ ଜିଲ୍ଲା ସମେତ କଟକ, ଭୁବନେଶ୍ୱର, ପୁରୀରେ ବି ଲାଗି ରହିଛି ବର୍ଷା। ଫଳରେ ସୂର୍ଯ୍ୟ ମନ୍ଦିର କୋଣାର୍କ ହୋଇଛି ଜଳବନ୍ଦୀ। ଜମି ରହିଛି ଫୁଟେ ଉଚ୍ଚର ପାଣି। ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟ ମନ୍ଦିର ପରିସରରେ ଆଜି କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି।ଲଗାଣ ବର୍ଷା ଯୋଗୁଁ ମନ୍ଦିର ପରିସରରେ ଆଣ୍ଠୁଏ ଉଚ୍ଚର ପାଣି ଜମି ରହିଛି। ଯେଉଁ ରାସ୍ତା ଦେଇ ସୂର୍ଯ୍ୟ ମନ୍ଦିରକୁ ପ୍ରବେଶ କରାଯାଏ, ପାର୍ଶ୍ୱ ରାସ୍ତା ଦେଇ ପର୍ଯ୍ୟଟକ ମନ୍ଦିର ବେଢ଼ା ବୁଲନ୍ତି ସେ ସବୁ ବୁଡ଼ି ଯାଇଛି। ଫଳରେ ପର୍ଯ୍ୟଟକ ନାହିଁ ନ ଥିବା ଅସୁବିଧାର ସମ୍ମୁଖିନ ହେଉଛନ୍ତି। କିଛି ପର୍ଯ୍ୟଟକ ପାଣି ଭିତରେ ପଡ଼ି ବି ଯାଇଛନ୍ତି। ଫଳରେ ସେମାନେ ମନ୍ଦିର ପ୍ରଶାସନ ଉପରେ ତୀବ୍ର ଅସନ୍ତୋଷ ପ୍ରକାଶ କରୁଛନ୍ତି।






More Stories
ଏମିତି ବଜେଟ୍ କେବେ ଦେଖିନି……
ବିଜେଡିରୁ ନିଲମ୍ବନ ହେଲେ ଶଶୀ…..
ରାଷ୍ଟ୍ରପତିଙ୍କ ଗସ୍ତ:ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରସ୍ତୁତି ଆରମ୍ଭ…..