Report Card Odisha

| Daily Odia News

ହାଇୱା -କାର୍ ମୁହାଁମୁହିଁ ଧକ୍କା,୩ ଗୁରୁତର…..

ରିପୋର୍ଟ କାର୍ଡ / କୋରାପୁଟ

କୋରାପୁଟ ଜିଲ୍ଲା ଦେଇ ଯାଇଥିବା ୩୨୬ ନମ୍ବର୍ ଜାତୀୟ ରାଜପଥ ଟିମାଝଲା ଛକ ନିକଟରେ ସଡ଼କ ଦୁର୍ଘଟଣା ଘଟିଛି। ଏକ ହାଇୱା ଓ କାର୍ ମୁହାଁମୁହିଁ ଧକ୍କା ହେବା ଫଳରେ କାର୍ ଚାଳକଙ୍କ ସମେତ ତିନି ଜଣ ଗୁରୁତର ହୋଇଛନ୍ତି। ଆହତ ସମସ୍ତଙ୍କୁ ଉଦ୍ଧାର କରାଯାଇ ଲକ୍ଷ୍ମୀପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ସେମାନଙ୍କର ପରିଚୟ ମିଳିନାହିଁ। ଆଜି ସକାଳେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣା ପରେ ହାଇୱା ଡ୍ରାଇଭର ଗାଡ଼ି ଛାଡି ଫେରାର ହୋଇଯାଇଛି। ଲକ୍ଷ୍ମୀପୁର ପୋଲିସ ପହଞ୍ଚି କାରକୁ କଟର ସାହାଯ୍ୟରେ କାଟି ୪ ଗୁରୁତରଙ୍କୁ ବାହାର କରିଥିଲା। ପରେ ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ଦୁର୍ଘଟଣାରେ କାରର ସମ୍ମୁଖ ଅଂଶଟି ଭାଙ୍ଗିରୁଜି ଯାଇଛି। ପୋଲିସ ଦୁଇଟି ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।

Breaking News