ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ସରକାରୀ ବାସଭବନର ନବୀକରଣ କାର୍ଯ୍ୟରେ ବ୍ୟାପକ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି | ଏହା ପରେ ଉପ-ରାଜ୍ୟପାଳ ବିନୟ କୁମାର ସକ୍ସେନା ଏ ନେଇ ଦିଲ୍ଲୀ ସରକାରଙ୍କୁ ରିପୋର୍ଟ ମାଗିଛନ୍ତି। ଏହି ଘଟଣାରେ ସମସ୍ତ ରେକର୍ଡ ଯାଞ୍ଚ କରି ୧୫ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବା ପାଇଁ ଦିଲ୍ଲୀ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଉପ-ରାଜ୍ୟପାଳ। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ସରକାରୀ ବାସଭବନର ନବୀକରଣରେ ପ୍ରାୟ ୪୫ କୋଟି ଟଙ୍କା ଖର୍ଚ୍ଚ କରାଯାଇଥିବା ଅଭିଯୋଗ ହୋଇଛି। ବିଭିନ୍ନ ଜାତୀୟ ଗଣମାଧ୍ୟମରେ ଏ ନେଇ ଖବର ପ୍ରକାଶିତ ହୋଇଛି। ବିଜେପି ପକ୍ଷରୁ ମଧ୍ୟ ଏନେଇ ତଥ୍ୟ ପ୍ରଦାନ କରାଯାଇଛି। ଏଥିରେ ଦାବି କରାଯାଇଛି ଯେ ୨୦୨୦ ସେପ୍ଟେମ୍ବରରୁ ୨୦୨୨ ଜୁନ ମଧ୍ୟରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ସରକାରୀ ବାସଭବନର ନବୀକରଣ ନିମନ୍ତେ ୪୪.୭୮ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଇରାନର ଗୁପ୍ତଚର ମୁଖ୍ୟ ନିହତ…..
ମଙ୍ଗଳବାର ଇରାନ୍ ପାଇଁ ଶେଷ ଦିନ !…..