ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦକ୍ଷିଣ ଆମେରିକା ଦେଶ ବେନେଜୁଏଲାରେ ଭୂସ୍ଖଳନ ଘଟି ୨୨ ଜଣଙ୍କର ମୃତ୍ୟୁ ହୋଇଛି | ପ୍ରବଳ ବର୍ଷା କାରଣରୁ ଉଦବେଗ ସ୍ଥିତି ସୃଷ୍ଟି ହୋଇଛି । ବେନେଜୁଏଲାରେ ପ୍ରବଳ ବର୍ଷା କାରଣରୁ ଭୂସ୍ଖଳନ ହୋଇଥିବା ନେଇ ସୂଚନା ମିଳିଛି | ଏଥିରେ ପ୍ରାୟ ୨୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୦ରୁ ଅଧିକ ନିଖୋଜ ରହିଛନ୍ତି । ପ୍ରବଳ ବର୍ଷା ପାଇଁ ନଦୀରେ ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବୃଦ୍ଧି କାରଣରୁ ବନ୍ୟା ପରିସ୍ଥିତି ସୃଷ୍ଟି ହେଉଛି। ଉଦ୍ଧାରକାର୍ଯ୍ୟ ଜାରି ସହ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରାଯାଉଛି ବୋଲି ବେନେଜୁଏଲାର ଉପରାଷ୍ଟ୍ରପତିଙ୍କ ପକ୍ଷରୁ ସୂଚନା ମିଳିଛି।






More Stories
NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ…..
ପୁଣି ଆନ୍ଦୋଳନକୁ ଓହ୍ଲାଇବ CJP…..
ସୁପ୍ରିମକୋର୍ଟ ବିଚାରପତି ସଂଖ୍ୟା ବୃଦ୍ଧି ବିଲ୍ ଗୃହୀତ…..