ରିପୋର୍ଟ କାର୍ଡ / ଭୁବନେଶ୍ବର
ଚଳିତ ବିଧାନସଭାର ଶେଷ କ୍ୟାବିନେଟ ବୈଠକ ଶେଷ ହୋଇଛି । ଏଥିରେ ବିଧାନସଭା ଭଙ୍ଗ ପାଇଁ ରାଜ୍ୟପାଳଙ୍କୁ ସୁପାରିଶ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚ୍ଚୁଆଲରେ ବୈଠକରେ ସାମିଲ ହୋଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ଚଳିତ ସାଧାରଣ ନିର୍ବାଚନର ଭୋଟ୍ ଗଣତି ଆସନ୍ତା ୪ ତାରିଖରେ ଅନୁଷ୍ଠିତ ହେବ। ଭୋଟ୍ ଗଣତି ପୂର୍ବରୁ ମନ୍ତ୍ରିମଣ୍ଡଳ ଭଙ୍ଗ କରିବା ନେଇ ବୈଠକରେ ନିଷ୍ପତ୍ତି ହୋଇଛି। ଭୋଟ୍ ଗଣତି ପରେ ସଂଖ୍ୟା ଗରିଷ୍ଠତା ହାସଲ କରିଥିବା ଦଳ ସରକାର ଗଢ଼ିବା ନେଇ ରାଜ୍ୟପାଳଙ୍କୁ ଅବଗତ କରାଇବେ। ଜୁନ୍ ୨୪ ପର୍ଯ୍ୟନ୍ତ ନବୀନ ସରକାର କାର୍ଯ୍ୟକାଳ ରହିଛ।
More Stories
ଭିଜିଲାନ୍ସ ଜାଲରେ ରେଂଜର……
ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ…..
କର୍ମଚାରୀ ବଦଳି ଓ ନିଯୁକ୍ତି ପାଇଁ ନୂଆ ନୀତି…..