Report Card Odisha

| Daily Odia News

ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତର ଶେଷ ଦିନ…..

ରିପୋର୍ଟ କାର୍ଡ / ଭୁବନେଶ୍ବର

ମଙ୍ଗଳବାରଠାରୁ ତିନିଦିନିଆ ଓଡିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତିଙ୍କର ଆଜି ଶେଷ ଦିନ |  ଏହି ଅବସରରେ ନିର୍ଦ୍ଦିଷ୍ଟ ରୂପେ ସଂକଟପ୍ରବଣ ଜନଜାତି ସମୁଦାୟଙ୍କୁ ଭେଟିବେ ରାଷ୍ଟ୍ରପତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ | ସୂଚନା ଅନୁସାରେ, ଓଡ଼ିଶାରେ ସଉରା, ଲାଞ୍ଜିଆ ସଉରା, କୁଟିଆ କନ୍ଧ, ଡଙ୍ଗରିଆ କନ୍ଧ, ମାଙ୍କିଡ଼ିଆ, ବିରହୋର, ଜୁଆଙ୍ଗ ଆଦି ୧୩ଟି ପିଭିଟିଜି ବସବାସ କରୁଥିବାବେଳେ ଆଜି ସେମାନଙ୍କ ମଧ୍ୟରୁ ୧୦ଟି ଜନଜାତି ସମୁଦାୟର ୫ଜଣିଆ ପ୍ରତିନିଧି ଦଳ ରାଜଭବନ ପରିସରରେ ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିବେ। ଏହାପରେ ରାଷ୍ଟ୍ରପତିଙ୍କ ପରବର୍ତ୍ତୀ କାର୍ଯ୍ୟକ୍ରମ ଭୁବନେଶ୍ୱର ଉପକଣ୍ଠ ତମାଣ୍ଡୋରେ ରହିଛି। ଦଶବାଟିଆ ସ୍ଥିତ ବ୍ରହ୍ମାକୁମାରୀ ସେଣ୍ଟରର ଲାଇଟହାଉସ କଂପ୍ଲେକ୍ସରେ ଶିଳାନ୍ୟାସ ଓ ଆମ୍ବ ଚାରା ରୋପଣ କାର୍ଯ୍ୟକ୍ରମ ରହିଛି। ଏହାସହ ବ୍ରହ୍ମାକୁମାରୀ କେନ୍ଦ୍ରର ବରିଷ୍ଠ ସଦସ୍ୟଙ୍କ ସହ ଆଲୋଚନା କରିବେ ରାଷ୍ଟ୍ରପତି। ପରେ ସେଠାରେ ମଧ୍ୟାହ୍ନ ଭୋଜନ ଓ ଫଟୋ ସେସନ୍ ପରେ ରାଜଭବନ ଫେରିଆସିବେ ଏବଂ ଅପରାହ୍ଣରେ ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଦିଲ୍ଲୀ ଫେରିଯିବେ।

Breaking News