Report Card Odisha

| Daily Odia News

ଜୟନ୍ତୀ ପଟ୍ଟନାୟକଙ୍କୁ ଶେଷ ଦର୍ଶନ କଲେ ରାଜ୍ୟପାଳ, କେନ୍ଦ୍ରମନ୍ତ୍ରୀ,କଂଗ୍ରେସ ନେତା…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ବରିଷ୍ଠ କଂଗ୍ରେସ ନେତ୍ରୀ ତଥା ଓଡ଼ିଶାର ପ୍ରଥମ ମହିଳା ସାଂସଦ ଜୟନ୍ତୀ ପଟ୍ଟନାୟକଙ୍କର ଵୟୋଗ ଘଟିଥିଲା | ଆଜି ତାଙ୍କୁ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଶେଷ ଦର୍ଶନ କରୁଛନ୍ତି | ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପିର ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସହ ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ବରିଷ୍ଠ କଂଗ୍ରେସ ନେତା ପଞ୍ଚାନନ କାନୁନଗୋ ଓ ଅନ୍ୟ କଂଗ୍ରେସ ନେତାମାନେ ଶେଷଦର୍ଶନ କରିଛନ୍ତି | ଆଉ କିଛି ସମୟ ପରେ ମରଶରୀର କଂଗ୍ରେସ ଭବନକୁ ନିଆଯିବ ଓ ସେଠାରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯିବ | ସେଠାରୁ ପୁରୀ ନିଆଯାଇ ସ୍ୱର୍ଗଦ୍ୱାରରେ ଶେଷକୃତ୍ୟ ସମ୍ପନ୍ନ ହେବ | ସୂଚନା ଥାଉ କି ଯେ ବାର୍ଦ୍ଧକ୍ୟଜନିତ ଅସୁସ୍ଥତା ଯୋଗୁଁ ୯୦ବର୍ଷ ବୟସରେ ଫରେଷ୍ଟ ପାର୍କସ୍ଥିତ ବାସଭବନରେତାଙ୍କର ପ‌ରଲୋକ ହୋଇଯାଇଥିଲା।  ଶ୍ରୀମତୀ ପଟ୍ଟନାୟକଙ୍କ ବିୟୋଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପିସିସି ସଭାପତି ଶରତ ପଟ୍ଟନାୟକ, ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ସମେତ ରାଜ୍ୟର ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଥିଲେ।

Breaking News