ରିପୋର୍ଟ କାର୍ଡ / ଭୁବନେଶ୍ୱର
ପଞ୍ଚଭୂତରେ ବିଲୀନ ହୋଇଗଲେ ପ୍ରଖ୍ୟାତ ସାହିତ୍ୟିକା, କବୟିତ୍ରୀ ତଥା ସାମ୍ବାଦିକା ଡଃ ମନୋରମା ମହାପାତ୍ର । ରବିବାର ପୁରୀ ସ୍ୱର୍ଗଦ୍ୱାରରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି । ତାଙ୍କ ଜ୍ୟେଷ୍ଠପୁତ୍ର ପ୍ରଦୀପ କୁମାର ମହାପାତ୍ର ମୁଖାଗ୍ନି ଦେଇଛନ୍ତି। ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ଏବଂ ଏସପି କନୱର ବିଶାଲ୍ ସିଂହଙ୍କ ସମେତ ଜିଲ୍ଲାର ବିଭିନ୍ନ ବିଭାଗର ପ୍ରଶାସନିକ ଅଧିକାରୀ ପହଞ୍ଚି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏହି ଅବସରରେ ପୋଲିସ ପକ୍ଷରୁ ରାଷ୍ଟ୍ରୀୟ ସମ୍ମାନ ପ୍ରଦାନ କରାଯାଇଥିଲା। ଲୋକସେବକ ମଣ୍ଡଳ ରାଷ୍ଟ୍ରୀୟ ଉପସଭାପତି ତଥା ସମାଜର ପ୍ରକାଶକ ଓ ମୁଦ୍ରାକର ନିରଞ୍ଜନ ରଥ ଉପସ୍ଥିତ ଥିଲେ । ଗତକାଲି ଅପରାହ୍ନରେ ଚିକିତ୍ସାଧିନ ଅବସ୍ଥାରେ କଟକରେ ପରଲୋକ ହୋଇଥିଲା ମନୋରମାଙ୍କର । ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକପ୍ରକାଶ ପାଇଛି ।






More Stories
ଔଷଧ ଦୋକାନ ଆଗରେ ଲାଗିବ ରେଟ ଚାର୍ଟ…..
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ପ୍ରବଳ ବର୍ଷା ସମ୍ଭାବନା…..
ପାଠ୍ୟପୁସ୍ତକ ବିଭ୍ରାଟ ମାମଲା:ପୂର୍ବତନ SCERT ନିର୍ଦ୍ଦେଶକ ମନୋଜ ପାଢ଼ୀ ଅଟକ