Report Card Odisha

| Daily Odia News

ନୀରବି ଗଲେ ସ୍ୱର ସାମ୍ରାଜ୍ଞୀ ଲତା ମଙ୍ଗେସକର୍….

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ସ୍ୱର ସମ୍ରାଜ୍ଞୀ ଲତା ମଙ୍ଗେସକର୍ ଙ୍କ ପରଲୋକ । ମୁମ୍ବାଇର ଏକ ଘରୋଇ ହସ୍‌ପିଟାଲ୍‌ରେ ଆଜି ସକାଳ ୮ଟା ୧୨ ମିନିଟ୍‌ରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା। ବର୍ତ୍ତମାନ ହସ୍ପିଟାଲ ସାମନାରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଗତକାଲି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ଭେଣ୍ଟିଲେଟର୍ ରେ ରଖାଯାଇଥିଲା । ପ୍ରାୟ ୨୯ ଦିନ ଧରି ତାଙ୍କୁ ଭେଣ୍ଟିଲେଟର୍ ରେ ଥିଲେ | ୧୯୨୯ ସେପ୍ଟେମ୍ବର ୨୮ ତାରିଖରେ ଇନ୍ଦୋରରେ ଜନ୍ମ ହୋଇଥିଲେ ଲତା ମଙ୍ଗେଶକର। ତାଙ୍କ ବାପାଙ୍କ ନାଁ ଥିଲା ଦୀନାନାଥ ମଙ୍ଗେଶକର ଓ ମା’ଙ୍କ ନାଁ ଥିଲା ସେବନ୍ତୀ। ଦୀନାନାଥ ମଙ୍ଗେଶକର ଜଣେ ଗାୟକ ଓ ଥିଏଟର ଅଭିନେତା ଥିଲେ।

Breaking News