ରିପୋର୍ଟ କାର୍ଡ / ଭୁବନେଶ୍ଵର
ଭୁବନେଶ୍ୱର ଲୋୟର ପିଏମଜିରେ ଶକ୍ତି ପ୍ରଦର୍ଶନ କରିଛି କଂଗ୍ରେସ । ନାରୀ ସୁରକ୍ଷା ପ୍ରସଙ୍ଗକୁ ନେଇ ସରକାରକୁ ଘେରିଛନ୍ତି କଂଗ୍ରେସ କର୍ମୀ । କଂଗ୍ରେସ କର୍ମୀ ଓ ପୋଲିସ ମୁହାଁମୁହିଁ ପରିସ୍ଥିତି ହୋଇଛନ୍ତି । ବ୍ୟାରିକେଡ ଭାଙ୍ଗି ଧସେଇ ପଶିବାକୁ ଉଦ୍ୟମ କରୁଛନ୍ତି କଂଗ୍ରେସ କର୍ମୀ । ପରିସ୍ଥିତିକୁ ନିୟନ୍ତ୍ରଣ କରିବାକୁ ପୋଲିସ ଛାଉଣୀ ହୋଇଛି । ଧସ୍ତାଧସ୍ତିରେ କିଛି ପୋଲିସକର୍ମୀ ଆହତ ହୋଇଥିବା ସୂଚନା ମିଳିଛି । ଏହି ସମୟରେ କଂଗ୍ରେସ କର୍ମୀଙ୍କୁ ପୋଲିସ ଲାଠିଚାର୍ଜ କରିଛି। ବ୍ୟାରିକେଡ ଭାଙ୍ଗିବା ବେଳେ ଲାଠିଚାର୍ଜ ହୋଇଛି। ଲାଠିଚାର୍ଜବେଳେ ଚେୟାର ଫୋପାଡ଼ିଛନ୍ତି କଂଗ୍ରେସ କର୍ମୀ। ପୋଲିସ ଉପରକୁ ଟେକାପଥର ଓ ଟମାଟୋ ମାଡ଼ କରିଛି କଂଗ୍ରେସ। ପୋଲିସର ଶେଷ B ବ୍ୟାରିକେଡ ଭାଙ୍ଗିବାକୁ କଂଗ୍ରେସ ଚେଷ୍ଟା କରିଛି। ଯାହାଦ୍ୱାରା ବିଧାନସଭା ଘେରାଉ କରିପାରିବ। ଲୋୟର ପିଏମଜିରେ ମୁହାଁମୁହିଁ ହେଲେ ପୋଲିସ ଓ କଂଗ୍ରେସ କର୍ମୀ । ପରିସ୍ଥିତି ଅଣାୟତ୍ତ ହେବାରୁ ଲାଠିଚାର୍ଜ କଲା ପୋଲିସ । ପୋଲିସ ଉପରକୁ କଂଗ୍ରେସକର୍ମୀଙ୍କୁ ପଥରମାଡ଼ । ଚେୟାର ସହ ବୋତଲ ଫିଙ୍ଗିଲେ କର୍ମୀ । ଲୋୟର ପିଏମଜିରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି । କଂଗ୍ରେସ କର୍ମୀଙ୍କୁ ଘଉଡ଼ାଇବାକୁ ପାଣିମାଡ଼ କରିଛି ପୋଲିସ । ପୋଲିସ୍ଙ୍କ ଉପରକୁ କର୍ମୀ ଫିଙ୍ଗିଲେ ଢ଼େଲା ଏବଂ ଚେୟାର ।






More Stories
ଫେବୃଆରୀ ୧୯ରୁ ମାଟ୍ରିକ୍ ପରୀକ୍ଷା…..
ବିଧାୟକଙ୍କୁ ହତ୍ୟା ଧମକ…..
ଏସ୍ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ଗିରଫ……