ରିପୋର୍ଟ କାର୍ଡ / ଭୁବନେଶ୍ୱର
୫-ଟି ଆଧାରରେ ରାଜ୍ୟ ପ୍ରଶାସନ କ୍ଷେତ୍ରରେ ଅନ୍ୟ ଏକ ପଦକ୍ଷେପ ଭାବେ ଗୁରୁବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ୩ ଟି ସଂସ୍ଥା ପାଇଁ ଇ-ଅଫିସର ଶୁଭାରମ୍ଭ କରିଛନ୍ତି | କଟକ ପୌର ନିଗମ ଓଡ଼ିଶା ଜଳ ବିଦ୍ୟୁତ ନିଗମ ଏବଂ ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱ ବିଦ୍ୟାଳୟ ନିମନ୍ତେ ଇ-ଅଫିସ୍ ବ୍ୟବସ୍ଥାର ହୋଇଛି । ରାଜ୍ୟ ଲୋକସେବା ଭବନ ସଭାଗୃହରୁ ଏହି ତିନିଟି ସଂସ୍ଥାର କାର୍ଯ୍ୟଧାରା ଅନୁଯାୟୀ ପ୍ରସ୍ତୁତ ଭିନ୍ନ ଭିନ୍ନ ସଫ୍ଟ ଓୟାର ଶୁଭାରମ୍ଭ କରିଛନ୍ତି ମୁଖ୍ୟ ଶାସନ ସଚିବ । ଏହି ଅବସରରେ ସେ କହିଥିଲେ ଯେ, ‘ଓସ୍ୱାସ୍ ଏବଂ ଇ-ଅଫିସ୍ ସରକାରୀ ପ୍ରଶାସନ ଓ ସେବା ଯୋଗାଣରେ ସୂଚନା ଓ ପ୍ରଯୁକ୍ତି ବିଦ୍ୟା ପ୍ରୟୋଗର ଦୁଇଟି ଜ୍ୱଳନ୍ତ ଉଦାହରଣ । ଏହା ଅଫିସ କାର୍ଯ୍ୟଧାରାକୁ ସରଳ ଓ ସ୍ୱୟଂକ୍ରିୟ କରିବା ସହ ନିଷ୍ପତି ଗ୍ରହଣ ଓ ସେବା ଯୋଗାଣରେ ବୈପ୍ଳବିକ ପରିବର୍ତନ ଆଣିଛି । ଶ୍ରୀ ମହାପାତ୍ର ଆହୁରି ମଧ୍ୟ କହିଥିଲେ ଯେ, ଅଫିସ ବରଣ୍ଡାରେ ଗଦା ଗଦା ଫାଇଲ୍ ବୋହିବା, ମାସ ମାସ ଧରି ଫାଇଲ୍ ଗୋଟିଏ ଟେବୁଲରେ ପଡି ରହିବା, ଫାଇଲ୍ ଲୁଚାଇ ଦେବା, ଫାଇଲ୍ ହଜିବା ଏବଂ ଫାଇଲ ହେରଫେର କରିବା ଆଦି ଅତୀତର କଥା ରହିଛି । ଇ-ଅଫିସ୍ ମଧ୍ୟ ଅନଲାଇନରେ ବିଭିନ୍ନ ପ୍ରକାର ସେବା, ପ୍ରମାଣପତ୍ର ଅନୁମତି, କ୍ଷମତାପତ୍ର ପ୍ରଦାନରେ ବଡ ସହାୟକ ହୋଇଛି । ଇ-ଅଫିସ୍ ବ୍ୟବସ୍ଥା ସରକାରୀ କାର୍ଯ୍ୟାଳୟକୁ ବର୍ତ୍ତମାନ ଓ ଭବିଷ୍ୟତହ ଆହ୍ୱାନ ପାଇଁ ଦକ୍ଷ କରିଛି । ଯେଉଁ କାର୍ଯ୍ୟାଳୟ ଗୁଡିକ ଓସ୍ୱାସ୍ ଦ୍ୱାରା ସଂଯୋଗ ହୋଇନପାରିଛି ସେସବୁରେ ଇ- ଅଫିସ ଶିଘ୍ର ଆରମ୍ଭ କରିବା ନିମନ୍ତେ ଏକ ସମୟାନୁବନ୍ଧିତ କାର୍ଯ୍ୟ-ଯୋଜନା ପ୍ରସ୍ତୁତ କରିବାକୁ ଶ୍ରୀ ମହାପାତ୍ର ସିଏମଜିଆଇ ଏବଂ ଏନଆଇସିଙ୍କୁ ନିର୍ଦ୍ଦେଶ ଦେଇଥିଲେ । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ପ୍ରମୁଖ ଶାସନ ସଚିବ ସୁରେନ୍ଦ୍ର କୁମାର କହିଥିଲେ ଯେ, ଓସ୍ୱାସ୍ ମାଧ୍ୟମରେ ଅଫିସ ସ୍ୱୟଂକ୍ରିୟ କରିବା ଦିଗରେ ଓଡ଼ିଶା ଜାତୀୟସ୍ତରରେ ଏକ ଅଗ୍ରଣୀ ରାଜ୍ୟ । ସମସ୍ତ ନିଗମ, ସାଧାରଣ ଉଦ୍ୟୋଗ ଏବଂ ବିଶ୍ୱବିଦ୍ୟାଳୟରେ ଇ-ଅଫିସ୍ ଆରମ୍ଭ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି ।






More Stories
୧୩ରେ ରାଜ୍ୟ କ୍ୟାବିନେଟ୍……
ଗଡ଼ିବ ୨୫୦ ନୂଆ ୧୦୮ ଆମ୍ବୁଲାନ୍ସ…..
୧୨ରେ ପାଚିକା-ସହାୟିକାଙ୍କ ଧର୍ମଘଟ…..