Report Card Odisha

| Daily Odia News

ଜିଲ୍ଲାପାଳ,ଆଇପିଏସ,ଆର୍‌ଡିସିଙ୍କ ଛୁଟି ବାତିଲ…..

ରିପୋର୍ଟକାର୍ଡ / ଭୁବନେଶ୍ୱର

ରାଜ୍ୟ ସରକାର ସମସ୍ତ ଜିଲ୍ଲାପାଳ ଏବଂ ଆର୍‌ଡିସିଙ୍କ ଛୁଟି ବାତିଲ କରିଛନ୍ତି। ଏନେଇ ରାଜ୍ୟ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ଚିଠି କରାଯାଇଛି। ଭାରତ-ପାକିସ୍ତାନ ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ,ଏହି ସମୟରେ ମଧ୍ୟରେ କାହାରିକୁ ଛୁଟି ଦିଆଯିବ ନାହିଁ। ଯେଉଁମାନେ ବି ଛୁଟିରେ ଅଛନ୍ତି, ସେମାନେ ଶୀଘ୍ର ଆସି କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ମୁଖ୍ୟାଳୟ ନ ଛାଡ଼ିବାକୁ ନିର୍ଦ୍ଦେଶ ମଧ୍ୟ ଦିଆଯାଇଛି। ସେହିଭଳି IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର। ଏନେଇ ଗୃହ ବିଭାଗ ପକ୍ଷରୁ ନିର୍ଦ୍ଦେଶାନାମା ଜାରି ହୋଇଛି। କୌଣସି IPS ଅଫିସର ମୁଖ୍ୟାଳୟ ନ ଛାଡ଼ିବାକୁ ନିର୍ଦ୍ଦେଶ ଜାରି ହୋଇଛି। ଏଥିସହିତ ଛୁଟିଲେ ଥିଲେ ତୁରନ୍ତ ଆସି କାର୍ଯ୍ୟରେ ଯୋଗ ଦେବାକୁ ମଧ୍ୟ ନିର୍ଦ୍ଦେଶନାମା ଜାରି କରାଯାଇଛି।
ଟ୍ରେନିଂରେ ଥିଲେ ବି ଯୋଗଦେବାକୁ ନିର୍ଦ୍ଦେଶ ରହିଛି। ଏନେଇ ଓଡ଼ିଶା ପୋଲିସ ଡିଜିଙ୍କୁ ଗୃହ ବିଭାଗ ପକ୍ଷରୁ ଚିଠି ମାଧ୍ୟମରେ ଜଣାଇ ଦିଆଯାଇଛି। କୌଣସି IPS ଅଫିସରଙ୍କୁ ଛୁଟି ଦିଅନାହିଁ ବୋଲି ଗୃହ ବିଭାଗ ପକ୍ଷରୁ କୁହାଯାଇଛି। ଭାରତ-ପାକିସ୍ତାନ ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି।

Breaking News