ରିପୋର୍ଟ କାର୍ଡ / ଭୁବନେଶ୍ୱର
ଅନ୍ତର୍ଜାତୀୟ ଖ୍ୟାତି ସଂପନ୍ନ ବିଶିଷ୍ଟ କବି ପଦ୍ମଶ୍ରୀ ଜୟନ୍ତ ମହାପାତ୍ରଙ୍କ ପରଲୋକ ଘଟିଯାଇଛି। ଚିକିତ୍ସାଧିନ ଅବସ୍ଥାରେ କଟକ ଏସସିବି ମେଡିକାଲରେ ତାଙ୍କର ପରଲୋକ ହୋଇଥିବା ସୂଚନା ମିଳିଛି। ମୃତ୍ୟୁବେଳକୁ ଜୟନ୍ତ ମହାପାତ୍ରଙ୍କୁ ୯୫ ବର୍ଷ ହୋଇଥିଲା। ଆଜି ରାଷ୍ଟ୍ରୀୟ ମର୍ଯ୍ୟାଦାରେ ହେବ ଜୟନ୍ତ ମହାପାତ୍ରଙ୍କ ଶେଷକୃତ୍ୟ । ଆଜି ଦିନ ୧୨ଟା ପର୍ଯ୍ୟନ୍ତ କବି ଶ୍ରୀ ମହାପାତ୍ରଙ୍କ ତିନିକୋଣିଆବଗିଚାସ୍ଥିତ ବାସଭବନରେ ମରଶରୀରକୁ ସର୍ବସାଧାରଣଙ୍କ ଦର୍ଶନ ନିମନ୍ତେ ରଖାଯିବ। ପରେ ଗାର୍ଡ଼ ଅଫ୍ ଅନର୍ ପ୍ରଦାନ କରାଯାଇ ଶେଷକୃତ୍ୟ ସମ୍ପନ୍ନ କରାଯିବ| କବି ମହାପାତ୍ର ୧୯୨୮ ମସିହା ଅକ୍ଟୋବର ୧୧ରେ ପିତା ସାମୁଏଲ ମହାପାତ୍ର ଓ ମାତା ସୁଧାଂଶୁବାଳା ଦାସଙ୍କ ଔରସରୁ ତିନିକୋଣିଆ ବଗିଚାରେ ଜନ୍ମଗ୍ରହଣ କରିଥିଲେ। ଷ୍ଟିୱାର୍ଟ ସ୍କୁଲରୁ ପ୍ରାଥମିକ ଶିକ୍ଷା ଶେଷ କରିବା ପରେ ରେଭେନ୍ସା କଲେଜରେ ସ୍ନାତକ ଓ ପାଟଣା ବିଶ୍ବବିଦ୍ୟାଳୟରୁ ପଦାର୍ଥ ବିଜ୍ଞାନରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଥିଲେ। ଏହାପରେ ସେ ରେଭେନ୍ସା ସମେତ ଗଙ୍ଗାଧର ମେହେର ଓ ବିଜେପି କଲେଜରେ ଅଧ୍ୟାପକ ଭାବେ କାର୍ଯ୍ୟନିର୍ବାହ କରିଥିଲେ। ୧୯୮୬ରେ ସେ ଚାକିରିରୁ ଅବସର ଗ୍ରହଣ କରିଥିଲେ। ଅଧ୍ୟାପନା ସହିତ ଇଂରାଜୀ ସାହିତ୍ୟରେ ତାଙ୍କର ବିଶେଷ ରୁଚି ରହିଥିଲା।






More Stories
ଆଉ ଖୋଲାରେ ମିଳିବନି ଗ୍ୟାସ୍……
ଉଚ୍ଚଶିକ୍ଷାରେ ୫୦ ପ୍ରତିଶତ ସଂରକ୍ଷଣ: SC-ST-OBC ଙ୍କୁ ମିଳିବ…..
ସଚିବସ୍ତରୀୟ ବୈଠକ ଅନୁଷ୍ଠିତ:ଏକୀକୃତ ବ୍ୟବସ୍ଥାକୁ ଆଣିବାକୁ ପରାମର୍ଶ….