Report Card Odisha

| Daily Odia News

ବିଜେପି ଛାଡିଲେ ଲେଖାଶ୍ରୀ ସାମନ୍ତସିଂହାର…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ବିଜେପିରୁ ଆଜି ଇସ୍ତଫା ଦେଇଛନ୍ତି ଲେଖାଶ୍ରୀ ସାମନ୍ତସିଂହାର। ସୋଶାଲ ମିଡିଆ ଜରିଆରେ ସେ ଏହି ସୂଚନା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇ ଦେଇଛନ୍ତି। ସେ ଦଳ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ଦଳର ରାଜ୍ୟ ଉପ-ସଭାପତି ପଦରେ ରହିଥିଲେ। ଲେଖାଶ୍ରୀ ତାଙ୍କ ଇସ୍ତଫାପତ୍ରରେ ଲେଖିଛନ୍ତି, ଗତ ୧୦ ବର୍ଷ ଧରି ମୁଁ ଭାରତୀୟ ଜନତା ପାର୍ଟିକୁ ମୋର ଝାଳ ଓ ରକ୍ତ ଦେଇଛି। ଶୃଙ୍ଖଳିତ ଭାବେ କଠିନ ପରିଶ୍ରମ କରିବା ସତ୍ତ୍ୱେ ଦଳୀୟ ନେତୃତ୍ୱଙ୍କ ଆସ୍ଥାଭାଜନ ହୋଇପାରିଲି ନାହିଁ। ତେଣୁ ଏଠାରେ ମୋର ଆଉ କିଛି କରିବାକୁ ବାକି ନାହିଁ ବୋଲି ମୁଁ ଅନୁଭବ କରୁଛି। ଓଡ଼ିଶାର ଲୋକଙ୍କ ସେବା କରିବା ପାଇଁ ମୋର ଯେଉଁ ଆଗ୍ରହ ରହିଛି ତାହା ବାଧାପ୍ରାପ୍ତ ହୋଇଛି। ଏତେ ବର୍ଷ ଧରି ଦଳ କାମ କରିବାର ସୁଯୋଗ ଦେଇଥିବାରୁ ଧନ୍ୟବାଦ। କୁହାଯାଉଛି, ଏଥର ନିର୍ବାଚନ ଲଢ଼ିବା ପାଇଁ ଆଶାୟୀ ଥିଲେ ଲେଖାଶ୍ରୀ ସାମନ୍ତସିଂହାର। ସେ କନ୍ଧମାଳ ଲୋକସଭା ଆସନରୁ ଟିକେଟ୍ ଆଶାୟୀ ଥିଲେ। କିନ୍ତୁ ତାଙ୍କୁ ଟିକେଟ ମିଳି ନଥିଲା। ମାର୍ଚ୍ଚ ୩୦ ତାରିଖରେ ଦଳ  କନ୍ଧମାଳ ଲୋକସଭା ଆସନ ପାଇଁ ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ନାଁ ଘୋଷଣା କରିଥିଲା।

Breaking News