ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ କେତେକ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଗତ ୨୪ ଘଣ୍ଟାରେ ଗଞ୍ଜାମର ପାତ୍ରପୁରରେ ସର୍ବାଧିକ ୪୨.୪ ମି.ମି., ଚିକିଟିରେ ୨୭.୨ ମି.ମି., ଗଜପତି ଜିଲା ଗୋସାଣିରେ ୨୭ ମି.ମି., ଝାରସୁଗୁଡ଼ାର ଲଇକେରାରେ ୨୨.୪ ମି.ମି ବର୍ଷା ହୋଇଛି। ଆଜି କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ ଓ ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରିର କିଛି ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ରହିଛି। ରାଜ୍ୟରେ ଶୀତ କମିଥିବାବେଳେ ଆସନ୍ତା ୪-୫ ଦିନ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଗତକାଲି ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ସବୁଠୁ କମ୍ ୧୨.୫ ଡିଗ୍ରୀ ରେକର୍ଡ଼ ହୋଇଥିଲା। ନୟାଗଡ଼ରେ ୧୪, ଭୁବନେଶ୍ବରରେ ୨୦.୬ ଏବଂ କଟକରେ ୧୯.୨ ଡିଗ୍ରୀ ତାପମାତ୍ରା ରେକର୍ଡ଼ ହୋଇଛି।






More Stories
IAS ସ୍ତରରେ ଅଦଳବଦଳ…..
ସାମିଲ ହେବେ ଯୁବ ଓ କଟିଥିବା ଭୋଟର…..
ଝଡବର୍ଷା ସମ୍ଭାବନା…..