ରିପୋର୍ଟ କାର୍ଡ / ଭୁବନେଶ୍ୱର
ନୂଆପଡ଼ା ଉପନିର୍ବାଚନ ପାଇଁ ଭାଜପାର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ ପାଇଛି। ଉକ୍ତ ତାଲିକାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏଙ୍କ ନାଁ ରହିଛି।କହିଛନ୍ତି ସୁବାସ।

ସେହିପରି ଭାଜପା ସଭାପତି ମନମୋହନ ସାମଲ, ୩ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ ଏବଂ ଅଶ୍ବିନୀ ବୈଷ୍ଣବ ଏହି ଷ୍ଟାର ପ୍ରଚାରକରେ ସାମିଲ ହୋଇଛନ୍ତି। ଭାଜପା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା,୨ ପ୍ରଭାରି ମଧ୍ୟ ସାମିଲ ଅଛନ୍ତି। ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ପ୍ରଭାତୀ ପରିଡ଼ାଙ୍କ ନାଁ ମଧ୍ୟ ଏହି ଷ୍ଟାର ପ୍ରଚାରକରେ ରହିଛି। ସୁରେଶ ପୂଜାରୀ, ପ୍ରତାପ ଷଡ଼ଙ୍ଗୀ, ଜୟନାରାୟଣ ମିଶ୍ର, ବସନ୍ତ ପଣ୍ଡା, ସମ୍ବିତ ପାତ୍ର, ସୁନୀଲ ବଂଶଲ ରହିଛନ୍ତି। ସେହିପରି ସିଦ୍ଧାନ୍ତ ମହାପାତ୍ର, ଆକାଶ ଦାସ ନାୟକ ଏବଂ ଅନୁଭବ ମହାନ୍ତିଙ୍କ ନାଁ ମଧ୍ୟ ଷ୍ଟାର ପ୍ରଚାରକ ତାଲିକାରେ ରହିଛି।






More Stories
ଆସୁଛି ଲଘୁଚାପ…..
ସୈାମ୍ୟରଞ୍ଜନ ମୃତ୍ୟୁ ଘଟଣା;ଗିରଫ ସଂଖ୍ୟା ୧୧କୁ ବୃଦ୍ଧି….
ବିଜେପିର ଶପଥ ଗ୍ରହଣ ଉତ୍ସବ:ଦୁର୍ଗା ମୂର୍ତ୍ତିରୁ ମଞ୍ଚ ଉପରେ ଝାଲମୁଢି ପର୍ଯ୍ୟନ୍ତ….