ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ବିଜେପିର ବରିଷ୍ଠ ନେତା ତଥା ପୂର୍ବତନ ଉପ-ପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡ଼ଭାନୀ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ତାଙ୍କୁ ନୂଆଦିଲ୍ଲୀ ସ୍ଥିତ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ୯୭ ବର୍ଷୀୟ ଆଡ଼ଭାନୀଙ୍କୁ ଦୁଇ ଦିନ ପୂର୍ବରୁ ଡାକ୍ତରଖାନାକୁ ରୁଟିନ୍ ଚେକ୍ ଅପ୍ ପାଇଁ ଅଣାଯାଇଥିଲା। କିନ୍ତୁ ଗତକାଲି ରାତିରେ ପୁଣି ତାଙ୍କୁ ଡାକ୍ତରଖାନା ଅଣାଯାଇଥିଲା ଓ ସେଠାରେ ତାଙ୍କୁ ଭର୍ତ୍ତି କରାଯାଇଛି। ନ୍ୟୁରୋଲୋଜି ବିଭାଗର ବରିଷ୍ଠ ଡାକ୍ତର ବିନୀତ ସୂରୀଙ୍କ ତତ୍ତ୍ୱାବଧାନରେ ତାଙ୍କ ଚିକିତ୍ସା ଚାଲିଛି। ତାଙ୍କ ଅବସ୍ଥା ସ୍ଥିର ଥିବା ଜଣାପଡ଼ିଛି।






More Stories
ଲିଭ୍-ଇନ୍ ସମ୍ପର୍କକୁ ମିଳିବ ସ୍ଵାମୀ ସ୍ତ୍ରୀ ମାନ୍ୟତା…..
ରାଜ୍ୟରେ ଡିଜିଟାଲ୍ ଜନଗଣନା ଆରମ୍ଭ….
କ୍ଷମା ମାଗିଲେ ଦୁବେ:ବିଜୁବାବୁ ଷ୍ଟେଟସ୍ ମ୍ୟାନ୍ ଥିଲେ…..