ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ୧୪ ଦିନିଆ ଲକଡାଉନ ଘୋଷଣା କଲେ ରାଜ୍ୟ ସରକାର | ଆସନ୍ତା ବୁଧବାର ଠାରୁ ରାଜ୍ୟରେ ଲକଡାଉନ ଲାଗୁହେବ | ମେ ୫ରୁ ୧୯ ତାରିଖ ବୁଧବାର ସକାଳ ପର୍ଯ୍ୟନ୍ତ ରାଜ୍ୟରେ ଲକଡାଉନ ଘୋଷଣା କରାଯାଇଛି | ଏହି ସମୟରେ ସମସ୍ତ ସାଧାରଣ ଚଳାଚଳ ବନ୍ଦ ରହିବ । କେବଳ ଜରୁରୀକାଳିନ ସେବା ଜାରି ରହିବ । ତେବେ ଶନିବାର ଓ ରବିବାର ସମ୍ପୂର୍ଣ୍ଣ ସଟଡାଉନ। ସରକାରଙ୍କ ପକ୍ଷରୁ ସଂକ୍ରମଣ ଚେନରେ ବ୍ରେକ୍ ଦେବାକୁ ରାଜ୍ୟରେ ୧୪ ଦିନିଆ ଲକଡାଉନ୍ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର । ଏହି ସମୟରେ ୫ଶହ ମିଟର ଦୂରତା ମଧ୍ୟରେ ସକାଳ ୬ଟାରୁ ୧୨ଟା ମଧ୍ୟରେ ଚାଲି ଚାଲି ଯାଇ ପନିପରିବା ଇତ୍ୟାଦି କ୍ରୟ କରି ପାରିବେ। ସ୍ବାସ୍ଥ୍ୟସେବା ତଥା ଅନ୍ୟାନ୍ୟ ଜରୁରୀ ସେବା ପାଇଁ କୌଣସି କଟକଣା ନାହିଁ। ଏହି ସମୟରେ ଜରୁରୀ ସେବାକୁ ଛାଡିଦେଲେ ସବୁ କିଛି ବନ୍ଦ । ରାସନ, ପରିବା ଓ କ୍ଷୀର ଦୋକାନ ଖୋଲା ରହିବ । ପ୍ରତିରକ୍ଷା, କେନ୍ଦ୍ରୀୟ ଫୋର୍ସ, ଟ୍ରେଜେରୀ, ପୋଷ୍ଟାଲ ସେବା, ଟେଲିକମ୍ ସେବା, ଆଇଏମଡି, ଏନଆଇସି, ଜିଏସଟି ଅଫିସ୍ ଖୋଲା ରହିବ । ସେହିପରି ପୋର୍ଟ, ଏୟାରପୋର୍ଟ ଅଳ୍ପ କର୍ମଚାରୀରେ ଚାଲିବ । ଗଣମାଧ୍ୟମ ଅଫିସ୍, ଜଳ ଯୋଗାଣ, ଏଟିଏମ, ଅଗ୍ନିଶମ ଅଫିସ୍, ବିଜୁଳି ଯୋଗାଣ ସେବା, ଆଦି ଖୋଲାରହିବ । ମେଡିସିନ୍ ଦୋକାନ, ଆମ୍ବୁଲାନ୍ସ, କ୍ଲିନିକ୍, ହସ୍ପିଟାଲ ଆଦି ଖୋଲା ରହିବ । ତେବେ ମାଛ, ମାଂସ ଅଣ୍ଡା, ଦୋକାନ ଖୋଲା ରହିବ । ହୋମ୍ ଡେଲିଭରୀ ହେବ । ସେହିପରି ଅନ୍ୟ ସମସ୍ତ ଅଫିସ୍, ଦୋକାନ ବଜାର, ବାଣିଜ୍ୟିକ ପ୍ରତିଷ୍ଠାନ, ଶିକ୍ଷାନୁଷ୍ଠାନ, ଗମନାଗମନ ଓ ସାଧାରଣ ଚଳପ୍ରଚଳ ବନ୍ଦ ରହିବ । ସମସ୍ତ ପାନ ଦୋକାନ, ହଲ୍, ସପିଂ ମଲ୍ ଆଦି ବନ୍ଦ ରହିବ । କୋଚିଂ ସେଣ୍ଟର, ଶିକ୍ଷାନୁଷ୍ଠାନ, ଜିମ୍ ମଧ୍ୟ ବନ୍ଦ ରହିବ । ବସ୍ ଚଳାଚଳ ମଧ୍ୟ ବନ୍ଦ ରଖାଯିବ । ଅଟୋ ରିକ୍ସା, ସେଲୁନ, ସ୍ପା, ବିଇଟି ପାର୍ଲର, ମନ୍ଦିର ଆଦି ବନ୍ଦ ରହିବ । ଜରୁରୀ କାମ ନଥିଲେ ଘର ନବାହାରିବାକୁ ପରାମର୍ଶ ଦିଆଯାଇଛି । ସମସ୍ତ ଦୋକାନ ବଜାର ଓ ପ୍ରତିଷ୍ଠାନ ବନ୍ଦ ରହିବ । ରେଳ ଓ ବିମାନ ସେବା ମଧ୍ୟ ଜାରି ରହିବ ।ଲକଡାଉନ୍ ପାଇଁ ପୋଲିସ ପକ୍ଷରୁ କଡା ଚେକିଂ ବ୍ୟବସ୍ଥା ହୋଇଛି । ଅମାନିଆଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ । ଏହି ସମୟରେ ଜୋରଦାର ଚେକିଂ ଓ ବ୍ଲକିଂ କରାଯିବ । ଟ୍ବିନସିଟିରେ ପାଟ୍ରୋଲିଂ ଆହୁରି କଡାକଡି ଭାବେ ପାଳନ ହେବ ।
More Stories
ପହଲଗାମ୍ ଆକ୍ରମଣର ଦୃଢ଼ ଜବାବ ଦିଆଯିବ……
ଏଣିକି ଅଙ୍ଗନଓ୍ବାଡ଼ି ସୁପରଭାଇଜର ପାଇଁ ଯୋଗ୍ୟତା ସ୍ନାତକ…..
କ୍ୟାବିନେଟ୍ ବୈଠକରେ ୬ ପ୍ରସ୍ତାବକୁ ଅନୁମୋଦନ…..