ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
୨୦୨୪ ସାଧାରଣ ନିର୍ବାଚନ ପାଇଁ ବିଗୁଳବାଜିଛି | ଆଜି ଭାରତୀୟ ନିର୍ବାଚନ କମିଶନର ରାଜୀବ କୁମାର ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି | ସାରା ଦେଶରେ ୭ଟି ପର୍ଯ୍ୟାୟରେ ନିର୍ବାଚନ ହେବ | ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଏପ୍ରିଲ ୧୯ରେ ଅନୁଷ୍ଠିତ ହେବାକୁ ଥିବା ବେଳେ ଏପ୍ରିଲ ୨୬ରେ ଦ୍ୱିତୀୟ ପର୍ଯ୍ୟାୟ , ମେ ୭ରେ ତୃତୀୟ ପର୍ଯ୍ୟାୟ, ମେ ୧୩ରେ ଚତୁର୍ଥ ପର୍ଯ୍ୟାୟ, ମେ ୨୦ରେ ପଞ୍ଚମ ପର୍ଯ୍ୟାୟ, ମେ ୨୫ରେ ଷଷ୍ଠ ପର୍ଯ୍ୟାୟ ଓ ଜୁନ ୧ରେ ସପ୍ତମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଏହି ଘୋଷଣା ପରେ ଆଜିଠାରୁ ସାରାଦେଶରେ ନିର୍ବାଚନ ଆଚରଣ ବିଦ୍ଧି ଲାଗୁ ହୋଇଛି। | ଓଡ଼ିଶାରେ ୪ ପର୍ଯ୍ୟାୟରେ ହେବ ଭୋଟ ଗ୍ରହଣ | ମେ ୧୩ ,୨୦ , ୨୫ ଓ ଜୁନ ୧ରେ ଓଡ଼ିଶାରେ ଲୋକସଭା ନିର୍ବାଚନ ସହ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ।ଜୁନ ୪ ରେ ଭୋଟ ଗଣତି ହୋଇ ଫଳାଫଳ ଘୋଷଣା କରାଯିବ | ଦେଶରେ ୯୭ କୋଟି ପଞ୍ଜିକୃତ ଭୋଟର ରହିଛନ୍ତି। ୨୦୨୪ ସାଧାରଣ ନିର୍ବାଚନ ପାଇଁ ସାଢେ ୧୦ ଲକ୍ଷ ମତଦାନ କେନ୍ଦ୍ର ପ୍ରସ୍ତୁତ ଥିବା ସେ କହିଛନ୍ତି। ଦେଶରେ ଥିବା ୯୭ କୋଟି ପଞ୍ଜିକୃତ ଭୋଟରଙ୍କ ମଧ୍ୟରେ ୫୮ ହଜାର ତୃତୀୟ ଲିଙ୍ଗ ଭୋଟର ଥିବା ବେଳେ ୩୧କୋଟି ଯୁବ ଭୋଟର ଅଛନ୍ତି। ଏହି ନିର୍ବାଚନରେ ୫୫ ଲକ୍ଷ ଇଭିଏମ ବ୍ୟବହାର କରାଯିବ। ଏହି ନିର୍ବାଚନରେ ପ୍ରଥମ ଥର ପାଇଁ ୧ କୋଟି ୮୨ ଲକ୍ଷ ଯୁବ ଭୋଟର ଭୋଟ ଦେବେ। ସେହିପରି ୧୮ରୁ ୨୯ ବର୍ଷ ବର୍ଗର ଭୋଟର ସଂଖ୍ୟା ୨୧ କୋଟି, ୮୫ ବର୍ଷରୁ ଅଧିକ ବୟସ୍କ ଭୋଟର ସଂଖ୍ୟା ୮୨ ଲକ୍ଷ ଓ ୧୦୦ ବର୍ଷରୁ ଅଧିକ ବୟସ୍କ ଭୋଟର ସଂଖ୍ୟା ୨ ଲକ୍ଷ ୧୮ ହଜାର ରହିଛି।






More Stories
୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା:ଓଡ଼ିଶାର ଏହି ନେତାଙ୍କୁ ମିଳିଲା….
ପ୍ରତି ଆମେରିକୀୟଙ୍କୁ ମିଳିବ ୪.୭୬ ଲକ୍ଷ ଟଙ୍କା!…..
ରାହୁଲ ଗାନ୍ଧୀ ଭିିଭିଆଇପି ନୁହନ୍ତି, ଆମ ସାମନାରେ ସବୁ ମାମଲା ସମାନ……