Report Card Odisha

| Daily Odia News

ଲୋକସେବା ଭବନ ‘ତମାଖୁମୁକ୍ତ ଅଞ୍ଚଳ’ ଘୋଷିତ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଲୋକସେବା ଭବନ ପରିସରକୁ ‘ତମାଖୁମୁକ୍ତ ଅଞ୍ଚଳ’ ଭାବେ ଘୋଷଣା କରାଯାଇଛି। ଏ ସମ୍ପର୍କରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି ହୋଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ କହିଛନ୍ତି, ‘ନିଶାମୁକ୍ତ ଭାରତ ଅଭିଯାନ’ର ଲକ୍ଷ୍ୟକୁ ସୁଦୃଢ଼ କରିବା ସହ ଲୋକସେବା ଭବନକୁ ଏକ ସ୍ୱଚ୍ଛ, ସୁସ୍ଥ ଓ ତମାଖୁମୁକ୍ତ କାର୍ଯ୍ୟସ୍ଥଳ ଭାବେ ଗଢ଼ିତୋଳିବା ପାଇଁ ଏହି ପଦକ୍ଷେପ ନିଆଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାର୍ଗଦର୍ଶନ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ତମାଖୁ ସେବନ ବିରୋଧୀ ଅଭିଯାନକୁ ଆହୁରି ସୁଦୃଢ଼ କରାଯାଉଛି। ଆଗାମୀ ପିଢ଼ିକୁ ଏକ ସୁସ୍ଥ ଜୀବନ ଓ ସଠିକ୍‌ ବାର୍ତ୍ତା ଦେବା ପାଇଁ ସରକାର ସର୍ବଦା ତତ୍ପର ଅଛନ୍ତି। ତମାଖୁ ବ୍ୟବହାରରୁ ସମ୍ପୂର୍ଣ୍ଣ ବିରତି ପାଇଁ ଆଗାମୀ ଦିନରେ ମଧ୍ୟ ଆମର ପ୍ରୟାସ ଜାରି ରହିବ। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଲୋକସେବା ଭବନ ପରିସରରେ ଧୂମପାନ, ତମାଖୁ ସେବନ ଏବଂ ତମାଖୁ ଛେପ ପକାଇବା ସମ୍ପୂର୍ଣ୍ଣ ନିଷିଦ୍ଧ କରାଯାଇଛି। ଏହି ନିୟମର ଉଲ୍ଲଘଂନକୁ ଆଇନ ଅନୁଯାୟୀ ଦଣ୍ଡନୀୟ ଅପରାଧ ଭାବେ ବିବେଚନା କରାଯିବ।

Breaking News