ରିପୋର୍ଟ କାର୍ଡ / ଭୁବନେଶ୍ୱର
ଲୋକାୟୁକ୍ତଙ୍କ ବିରୋଧରେ ସୁପ୍ରିମକୋର୍ଟ ଗଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ଲୋକାୟୁକ୍ତଙ୍କ ବିରୋଧରେ ଫୌଜଦାରୀ ମାମଲା ରୁଜୁ କରିବାକୁ ସେ ସର୍ବୋଚ୍ଚ ନ୍ୟାୟାଳୟରେ ଆବେଦନ କରିଛନ୍ତି । ସୁପ୍ରିମକୋର୍ଟରେ ଲୋକାୟୁକ୍ତ ଜାଲ୍ ଡକ୍ୟୁମେଣ୍ଟ ଦେଇଥିବା ନେଇ ପ୍ରଦୀପ ଅଭିଯୋଗ ଆଣିଛନ୍ତି । ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଲୋକାୟୁକ୍ତ ଦେଇଥିବା ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶକୁ ହାଇକୋର୍ଟ ଖାରଜ କରିବା ସହ ନିଜ ଏଜେନ୍ସି ଦ୍ୱାରା ତଦନ୍ତ କରିବାକୁ ଲୋକାୟୁକ୍ତଙ୍କୁ ନିର୍ଦ୍ଦେଶ ଦେଇଥିଲେ । ତେବେ ଏହି ରାୟ ବିରୋଧରେ ଲୋକାୟୁକ୍ତ ସୁପ୍ରିମକୋର୍ଟ ଯାଇଥିଲେ । କିନ୍ତୁ ସୁପ୍ରିମକୋର୍ଟରେ ଏହି ସମୟରେ ଲୋକାୟୁକ୍ତ ଜାଲ୍ ଡକ୍ୟୁମେଣ୍ଟ ଦେଇଥିବା ଅଭିଯୋଗ ଆଣି ସର୍ବୋଚ୍ଚ ନ୍ୟାୟଳୟରେ ଆବେଦନ କରିଛନ୍ତି ଗୋପାଳପୁର ବିଧାୟକ ପ୍ରଦପ ପାଣିଗ୍ରାହୀ । ପ୍ରଦୀପଙ୍କ ପକ୍ଷରୁ ମାମଲା ଲଢୁଛନ୍ତି ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ।






More Stories
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..
ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ…..
ରାଉରକେଲା ବିମାନ ଦୁର୍ଘଟଣା:ଆବଶ୍ୟକ ପଡିଲେ ଏୟାର ଲିଫ୍ଟିଙ୍ଗ…..