Report Card Odisha

| Daily Odia News

ସୃଷ୍ଟି ହେଲା ଲଘୁଚାପ,ପ୍ରବଳ ବର୍ଷୀବ……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଥିବାବେଳେ ଏହା ଉତ୍ତର ପଶ୍ଚିମ ଦିଗରେ ଓଡିଶା ମଧ୍ୟ ଦେଇ ଗତି କରିବ। ସେପଟେ ଆଜି ପାଇଁ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସେହିପରି କଳାହାଣ୍ଡି , କନ୍ଧମାଳ , ରାୟଗଡା, ଗଜପତି , ନବରଙ୍ଗପୁର ଏବଂ ନୂଆପଡା ଜିଲ୍ଲାରେ ଭାରୀ ବର୍ଷା ହେବାର ଆଶଙ୍କା ରହିଛି। ଉପକୂଳ ଓଡିଶା ଓ ଆଭ୍ୟନ୍ତରୀଣ ଓଡିଶାର ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

Breaking News