ରିପୋର୍ଟ କାର୍ଡ / ଭୁବନେଶ୍ଵର
ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ଓଡିଶା ଏବଂ ପଶ୍ଚିବଙ୍ଗ ଉପକୂଳରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ୪ ଜିଲ୍ଲା ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ସେସବୁ ଜିଲ୍ଲା ଗୁଡିକ ହେଉଛି ମୟୁରଭଞ୍ଜ, କେନ୍ଦୁଝର, ସମ୍ବଲପୁର ଏବଂ ସୁନ୍ଦରଗଡ ଜିଲ୍ଲା। ତେଣୁ ଏସବୁ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୩ ଦିନ ବର୍ଷା ନେଇ ଚେତାବନୀ ଦେଇଛି ପାଣିପାଗ ବିଭାଗ। ବାଲେଶ୍ଵର, କଟକ, ଜଗତସିଂହପୁର , ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ ଏବଂ ଗଜପତି ଜିଲ୍ଲାକୁ ବଜ୍ରପାତ ପାଇଁ ୟେଲୋ ଆଲର୍ଟ ଜାରି ହୋିଛି।






More Stories
ଭୁବନେଶ୍ୱର ଗଣବଳାତ୍କାର:ଝିଅମାନେ ରାତି ୮ଟା ପରେ…..
ବଢ଼ିବ ଜମି ମୂଲ୍ୟ…..
ବିଶ୍ଵସନୀୟତା ହରାଉଛି ସରକାର….