ରିପୋର୍ଟ କାର୍ଡ / ଭୁବନେଶ୍ୱର
ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି । ଆସନ୍ତାକାଲି ଏହା ବାତ୍ୟାର ରୂପ ନେଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହା ଅଧିକ ଘନୀଭୂତ ହୋଇ ଅବପାତ ପରେ ଗଭୀର ଅବପାତ ଏବଂ ବାତ୍ୟାର ରୂପ ନେବ । ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ପୂର୍ବାନୁମାନ ଅନୁସାରେ ଆଜି ସକାଳେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। କାଲି ସୁଦ୍ଧା ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ୧୦ ତାରିଖ ସୁଦ୍ଧା ଏହା ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। ୧୨ ତାରିଖ ପର୍ଯ୍ୟନ୍ତ ଉତ୍ତର-ଉତ୍ତର ପଶ୍ଚିମ ଦିଗକୁ ଗତି କରିବ ବାତ୍ୟା। ଉତ୍ତର-ଉତ୍ତର ପଶ୍ଚିମକୁ ଗତି କରି ଏହା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ରହିବ। ୧୨ ତାରିଖ ପରେ ବାତ୍ୟାର ଗତିପଥ ପରିବର୍ତ୍ତନ ହେବ। ୧୨ ତାରିଖ ପରେ ବାତ୍ୟା ଉତ୍ତର-ଉତ୍ତର ପୂର୍ବ ଦିଗକୁ ଗତି କରିବା ସମ୍ଭାବନା ରହିଛି। ବାତ୍ୟାର ଗତିପଥ ବଦଳି ବାଂଲାଦେଶ ଓ ମିଆଁମାର ମୁହାଁ ହେବା ସମ୍ଭାବନା ରହିଛି। ବାତ୍ୟା ବାଂଲାଦେଶ, ମିଆଁମାର ଉପକୂଳ ଛୁଇଁପାରେ। ୧୨ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ନଯିବାକୁ ପରାମର୍ଶ ଦେଇଛନ୍ତି ଡିଜି। ସେହିପରି ଯେଉଁମାନେ ସମୁଦ୍ରରେ ଅଛନ୍ତି, ତୁରନ୍ତ ଚାଲି ଆସିବାକୁ ସେ କହିଛନ୍ତି। ବର୍ତ୍ତମାନ ସ୍ଥିତିରେ ଓଡ଼ିଶା ପାଇଁ କିଛି ୱାର୍ଣ୍ଣିଂ ନାହିଁ ବୋଲି କହିଛନ୍ତି ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ସେ କହିଛନ୍ତି, ଏବେ ଓଡ଼ିଶା ସହ ଅନ୍ୟ ଉପକୂଳ ରାଜ୍ୟ- ତାମିଲନାଡୁ ଓ ଆନ୍ଧ୍ର ପ୍ରଦେଶ ପାଇଁ କିଛି ୱାର୍ଣ୍ଣିଂ ନାହିଁ। ବର୍ଷା ଓ ପବନ ନେଇ ମଧ୍ୟ କିଛି ୱାର୍ଣ୍ଣିଂ ନାହିଁ। ତେବେ ଏହା ପଶ୍ଚିମବଙ୍ଗ ଉପକୂଳର କେତେ ନିକଟ ହେଉଛି, ତା’ ଉପରେ ଆମେ ଧ୍ୟାନ ରଖିଛୁ।






More Stories
ଶପଥ ନେଲେ ତାରିକ ରହମାନ…..
ନାବାଳିକାକୁ ଦୁଷ୍କର୍ମ ଓ ପ୍ରସବ ଘଟଣା:ସିଲ୍ ହେବ ନର୍ସିଂହୋମ୍…..
ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ…..